ଶିକ୍ଷା ହିଁ ଜୀବନରେ ବଡ଼ ପରିବର୍ତ୍ତନ ଆଣେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନଫରେନ୍ସ ଜରିଆରେ ବାଲେଶ୍ବର ଜିଲା ରେମୁଣାସ୍ଥିତ ଅରମଳାଠାରେ ଇମାମୀ ଓ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍ସ (କିସ୍‌) ପକ୍ଷରୁ ନିର୍ମିତ ଏକ ବିଦ୍ୟାଳୟକୁ ଉଦ୍‌ଘାଟନ କରିଛନ୍ତି। ୧୨ ଏକର ଜମିରେ ନିର୍ମିତ ଏହି ସ୍କୁଲ ପାଇଁ ୫୦ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ କିସ୍‌ ପକ୍ଷରୁ ୩୬ କୋଟି ଓ ଇମାମୀ ପକ୍ଷରୁ ୧୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି।
ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଏହିଭଳି ଉଦ୍ୟମ ଗୁଣାତ୍ମକ ଶିକ୍ଷା ଲାଗି ରାଜ୍ୟ ସରକାରଙ୍କ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବ। ଇମାମୀ ଓ କିସ୍‌ର ଏହି ଉଦ୍ୟମ ପାଇଁ ସେମାନଙ୍କୁ ଧନ୍ୟବାଦ। କିସ୍‌ ପକ୍ଷରୁ ଭୁବନେଶ୍ବର, ମୟୂରଭଞ୍ଜ ଏବଂ ବଲାଙ୍ଗୀର ଭଳି ଅନେକ ସ୍ଥାନରେ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିବା ବେଳେ ରାଜ୍ୟର ୩୦ଜିଲାରେ ଏହିଭଳି ବିଦ୍ୟାଳୟ ଖୋଲାଯିବାର ଲକ୍ଷ୍ୟ ରହିଥିବା ଖୁସିର କଥା। ଶିକ୍ଷା ହିଁ ରୂପାନ୍ତରର ସବୁଠାରୁ ଶକ୍ତିଶାଳୀ ମାଧ୍ୟମ। ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ଼ ପରିବର୍ତ୍ତନ ଆଣିଥାଏ। ଏଥିରେ ୧୨୦୦ ଗରିବ ପିଲା ମାଗଣାରେ ପାଠ ପଢ଼ିବାର ବ୍ୟବସ୍ଥା ହୋଇଥିବାରୁ ଏଥିପାଇଁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିଛନ୍ତି। ରାଜ୍ୟ ସରକାର ଶିକ୍ଷା ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦେଇଛନ୍ତି। ୫-ଟି ଉପକ୍ରମରେ ବିଦ୍ୟାଳୟ ରୂପାନ୍ତରଣକୁ ସର୍ବାଧିକ ଗୁରୁତ୍ୱ ଦିଆଯାଇଛି।
ବର୍ତ୍ତମାନ ପ୍ରାୟ ୪୦୦୦ ରୂପାନ୍ତରିତ ହାଇସ୍କୁଲ ପ୍ରତିଷ୍ଠା ହୋଇସାରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହିସବୁ ସ୍କୁଲରେ ହୋଇଥିବା ସୁବିଧା ଓ ଭିତ୍ତିଭୂମି ପଲାଙ୍କ ଭିତରେ ପାଠ ପ୍ରତି ବହ ଉତ୍ସାହ ଓ ଆଗ୍ରହ ସୃଷ୍ଟି କରିଛି। ପିଲାଙ୍କ ମନରେ ଭବିଷ୍ୟତ ପାଇଁ ଦୃଢ଼ସଂକଳ୍ପ ସୃଷ୍ଟି କରିଛି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପର୍ଯ୍ୟଟନ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରିବା ସହିତ ବାଲେଶ୍ବରରେ ଇମାମୀ ଓ କିସ୍‌ ଉଦ୍ୟମରେ ନବନିର୍ମିତ ସ୍କୁଲ ପାଇଁ ଧନ୍ୟବାଦ ଦେଇଛନ୍ତି । ଏହି ଅବସରରେ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ, ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା ପ୍ରମୁଖ ବକ୍ତବ୍ୟ ରଖି ଏହାଦ୍ବାରା ବାଲେଶ୍ବରରେ ଜନଜାତି ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାରରେ ସହାୟକ ହେବ ବୋଲି ଆଶାପ୍ରକଟ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଛନ୍ତି। କିଟ୍‌ ଓ କିସ୍‌ ସଂସ୍ଥାପକ ତଥା ଅଚ୍ୟୁତ ସାମନ୍ତ ସ୍ବାଗତ ଭାଷଣ ଦେଇ ଦୁର୍ବଳ ଶ୍ରେଣୀର ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ କିସ୍‌ ପଦକ୍ଷେପ ଉପରେ ଆଲୋକପାତ କରିଛନ୍ତି। ବାଲେଶ୍ବର ଜିଲାପାଳ ଧନ୍ୟବାଦ ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri