Posted inଜାତୀୟ

ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ଆସନ୍ତାବର୍ଷଠୁ NEET ପରୀକ୍ଷା ହେବ ଏମିତି

ନୂଆଦିଲ୍ଲୀ,୧୫।୫: NEET ପେପର ଲିକ୍ ମାମଲା ସମ୍ପର୍କରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସେ କହିଛନ୍ତି ଯେ ଛାତ୍ରୀଛାତ୍ରଙ୍କ ସ୍ୱାର୍ଥ ସରକାରଙ୍କ ପ୍ରାଥମିକତା। ସୋସିଆଲ ମିଡିଆରେ କିଛି ବ୍ୟକ୍ତି ଭୁଲ ସୂଚନା ପ୍ରସାର କରୁଛନ୍ତି । ସେ ଏହା ମଧ୍ୟ ଦୃଢ଼ ଭାବରେ କହିଥିଲେ ଯେ “ପେପର ଲିକ୍ ମାଫିଆ” ଏଥର ଖସି ପାରିବେ ନାହିଁ। ଆସନ୍ତା ବର୍ଷଠାରୁ NEET ପରୀକ୍ଷା ଅନଲାଇନରେ କରାଯିବ ବୋଲି ସେ ବଡ଼ ଘୋଷଣା କରିଛନ୍ତି ।

ସାମ୍ବାଦିକ ସମ୍ମିଳନୀ ସମୟରେ, ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, NTA ଜୁନ୍ ୨୧ ରେ NEET-UG ପରୀକ୍ଷା ପୁନଃ ପରିଚାଳନା କରିବାକୁ ନିଷ୍ପତ୍ତି ନେଇଛି। ପରୀକ୍ଷା ମୂଳତଃ ମେ ରେ ଅନୁଷ୍ଠିତ ହୋଇଥିଲା । କିନ୍ତୁ ମେ ରେ ପରୀକ୍ଷା ସମ୍ପର୍କରେ କିଛି ଆପତ୍ତି ଉଠିଥିଲା, ଯାହା ଫଳରେ ସରକାର ତଦନ୍ତ ଆରମ୍ଭ କରିଥିଲେ।  ଆମେ ଚାହୁଁନାହୁଁ ଯେ ଯୋଗ୍ୟ ଛାତ୍ରୀଛାତ୍ରଙ୍କ ପ୍ରତି କୌଣସି ଅନ୍ୟାୟ ହେଉ ବୋଲି ସେ କହିଛନ୍ତି ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ପିଲାଙ୍କ ଭବିଷ୍ୟତ ପାଇଁ ଚିନ୍ତିତ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ । ପରୀକ୍ଷାର୍ଥୀଙ୍କ ପାଇଁ ସରକାର ସମ୍ବେଦନଶୀଳ ।  ପ୍ରଶ୍ନପତ୍ର ଲିକ୍‌ ହେବା କଥା ଜାଣିବା ପରେ ତ୍ୱରିତ ପଦକ୍ଷେପ ନେଇଥିଲା ମନ୍ତ୍ରାଳୟ । ତୁରନ୍ତ NEET -UG ପରୀକ୍ଷା ରଦ୍ଦ କରାଯାଇଥିଲା । ଆସନ୍ତା ବର୍ଷ CBT ମୋଡ୍‌ରେ NEET-UG ପରୀକ୍ଷା ହେବ । ଦୋଷୀଙ୍କ ବିରୋଧରେ ଶୂନ ସହନଶୀଳତା ନୀତି ଗ୍ରହଣ କରାଯିବ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri