ହୋମ୍‌ ଆଇସୋଲେଶନରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୨୧।୪: କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ସୋମବାର କରୋନା ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ୍‌ ଆଇସୋଲେଶନରେ ରହିଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ପୋଖରିୟାଲ ଟୁଇଟ କରି ମୋର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ଚିକିତ୍ସିତ ହୋଇ ଔଷଧ ଖାଉଛି। ନିକଟରେ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ସ୍ବାସ୍ଥ୍ୟ ଉପରେ ନଜର ରଖି କୋଭିଡ୍‌ ପରୀକ୍ଷା କରାଇନେବାକୁ ନିବେଦନ କରିଛନ୍ତି।