ପ୍ରତିବର୍ଷ ବଦଳୁଛନ୍ତି ଗୋଷ୍ଠୀ ଶିକ୍ଷା ଅଧିକାରୀ

କୁନ୍ଦୁରା,୯ା୧ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଳକରେ ବର୍ଷ ନ ପୂରୁଣୁ ବଦଳି ହୋଇ ଚାଲିଛନ୍ତି ଗୋଷ୍ଠୀ ଶିକ୍ଷା ଅଧିକାରୀ। ଜୟପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୀମାଞ୍ଚଳ ମିଶ୍ର କୁନ୍ଦୁରା ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦବୀରେ ୮ ମାସ ରହି ସେ ଅବସର ଗ୍ରହଣ କରିଛନ୍ତି। ୨୦୧୩ରୁ୨୦୨୨ ସୁଦ୍ଧା ଏଠାରୁ ୧୩ ଜଣ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଦଳି ହୋଇଛନ୍ତି। ୨୦୧୨-୧୩ରେ ପ୍ରଥମ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ରାଜାରାମ ମେହେର ଯୋଗ ଦେଇଥିଲେ। ସେ ୧୦ ମାସ ରହିବା ପରେ ତାଙ୍କର ବଦଳି ହୋଇଥିଲା। ସେହି ସ୍ଥାନରେ ସଲିଳା ବେହେରାଙ୍କୁ ଦାୟିତ୍ୱ ପ୍ରଦାନ କରାଗଲା। ପରେ ଚନ୍ଦ୍ରଶେଖର ପ୍ରଧାନ, ଗୋଦାବରୀଶ ଆଚାର୍ଯ୍ୟ, ଶ୍ରୀକାନ୍ତ ଜାନି, ବିନୋଦ ଚନ୍ଦ୍ର ପଟ୍ଟନାୟକ, ବିଚିତ୍ର ମୋହନ ସେଠୀ, ସୁଧୀର ଚନ୍ଦ୍ର ରଥ, ସୀମାଞ୍ଚଳ ମିଶ୍ର ପ୍ରମୁଖ ଅଧିକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୂପେ କାର୍ଯ୍ୟ କରିଛନ୍ତି। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତିଳୋତ୍ତମା ଗରଡା ୩ ଥର ଗୋଷ୍ଠୀ ଶିକ୍ଷା ଅଧିକାରୀ ଦାୟିତ୍ୱ ତୁଲାଇଛନ୍ତି। କୁନ୍ଦୁରା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ୧୪୦ ବିଦ୍ୟାଳୟ ରହିଥିବା ବେଳେ ୪ଶହରୁ ଊର୍ଦ୍ଧ୍ୱ ଶିକ୍ଷକ କାର୍ଯ୍ୟ କରୁଛନ୍ତି। ଏଠାରେ ରହିଥିବା ୩ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ମଧ୍ୟରୁ ଜଣକୁ ବଦଳି କରାଯାଇ ଥିବାବେଳେ ଅନ୍ୟ ଜଣେ ଅବସର ଗ୍ରହଣ କରିଛନ୍ତି। ଏବେ ଜଣେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଦ୍ୱାରା ୧୪ଟି ଉଚ୍ଚ ବିଦ୍ୟାଳୟ, ଗୋଟିଏ ଆଦର୍ଶ ବିଦ୍ୟାଳୟ, ୧୧୯ଟି ପ୍ରାଥମିକ ବିଦ୍ୟାଳୟ ପରିଚାଳିତ ହେଉଛି। ସେହିପରି ଏଠାରେ ମୁଖ୍ୟ କିରାଣିଙ୍କ ଦେହାନ୍ତ ପରେ ସେହି ସ୍ଥାନ ଦୁଇ ବର୍ଷ ବିତି ଯାଇଥିଲେ ସୁଦ୍ଧା ପୂରଣ ହୋଇନହିଁ। ଫଳରେ ବିଭିନ୍ନ କାର୍ଯ୍ୟରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ଆସୁଥିବା ଶିକ୍ଷକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କନିଷ୍ଠ କିରାଣି ପଦବୀ ମଧ୍ୟ ୩ ବର୍ଷ ହେଲା ଖାଲି ପଡିଛି। ଏ ଦିଗରେ ଜିଲା ପ୍ରଶାସନ ଓ ସ୍ଥାନୀୟ ଜନ ପ୍ରତିନିଧିମାନେ ଦୃଷ୍ଟି ଦେଇ ଖାଲି ପଦବୀ ପୂରଣ ଦିିଗରେ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri