ପ୍ରତିବର୍ଷ ବଦଳୁଛନ୍ତି ଗୋଷ୍ଠୀ ଶିକ୍ଷା ଅଧିକାରୀ

କୁନ୍ଦୁରା,୯ା୧ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଳକରେ ବର୍ଷ ନ ପୂରୁଣୁ ବଦଳି ହୋଇ ଚାଲିଛନ୍ତି ଗୋଷ୍ଠୀ ଶିକ୍ଷା ଅଧିକାରୀ। ଜୟପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୀମାଞ୍ଚଳ ମିଶ୍ର କୁନ୍ଦୁରା ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦବୀରେ ୮ ମାସ ରହି ସେ ଅବସର ଗ୍ରହଣ କରିଛନ୍ତି। ୨୦୧୩ରୁ୨୦୨୨ ସୁଦ୍ଧା ଏଠାରୁ ୧୩ ଜଣ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଦଳି ହୋଇଛନ୍ତି। ୨୦୧୨-୧୩ରେ ପ୍ରଥମ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ରାଜାରାମ ମେହେର ଯୋଗ ଦେଇଥିଲେ। ସେ ୧୦ ମାସ ରହିବା ପରେ ତାଙ୍କର ବଦଳି ହୋଇଥିଲା। ସେହି ସ୍ଥାନରେ ସଲିଳା ବେହେରାଙ୍କୁ ଦାୟିତ୍ୱ ପ୍ରଦାନ କରାଗଲା। ପରେ ଚନ୍ଦ୍ରଶେଖର ପ୍ରଧାନ, ଗୋଦାବରୀଶ ଆଚାର୍ଯ୍ୟ, ଶ୍ରୀକାନ୍ତ ଜାନି, ବିନୋଦ ଚନ୍ଦ୍ର ପଟ୍ଟନାୟକ, ବିଚିତ୍ର ମୋହନ ସେଠୀ, ସୁଧୀର ଚନ୍ଦ୍ର ରଥ, ସୀମାଞ୍ଚଳ ମିଶ୍ର ପ୍ରମୁଖ ଅଧିକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୂପେ କାର୍ଯ୍ୟ କରିଛନ୍ତି। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତିଳୋତ୍ତମା ଗରଡା ୩ ଥର ଗୋଷ୍ଠୀ ଶିକ୍ଷା ଅଧିକାରୀ ଦାୟିତ୍ୱ ତୁଲାଇଛନ୍ତି। କୁନ୍ଦୁରା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ୧୪୦ ବିଦ୍ୟାଳୟ ରହିଥିବା ବେଳେ ୪ଶହରୁ ଊର୍ଦ୍ଧ୍ୱ ଶିକ୍ଷକ କାର୍ଯ୍ୟ କରୁଛନ୍ତି। ଏଠାରେ ରହିଥିବା ୩ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ମଧ୍ୟରୁ ଜଣକୁ ବଦଳି କରାଯାଇ ଥିବାବେଳେ ଅନ୍ୟ ଜଣେ ଅବସର ଗ୍ରହଣ କରିଛନ୍ତି। ଏବେ ଜଣେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଦ୍ୱାରା ୧୪ଟି ଉଚ୍ଚ ବିଦ୍ୟାଳୟ, ଗୋଟିଏ ଆଦର୍ଶ ବିଦ୍ୟାଳୟ, ୧୧୯ଟି ପ୍ରାଥମିକ ବିଦ୍ୟାଳୟ ପରିଚାଳିତ ହେଉଛି। ସେହିପରି ଏଠାରେ ମୁଖ୍ୟ କିରାଣିଙ୍କ ଦେହାନ୍ତ ପରେ ସେହି ସ୍ଥାନ ଦୁଇ ବର୍ଷ ବିତି ଯାଇଥିଲେ ସୁଦ୍ଧା ପୂରଣ ହୋଇନହିଁ। ଫଳରେ ବିଭିନ୍ନ କାର୍ଯ୍ୟରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ଆସୁଥିବା ଶିକ୍ଷକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କନିଷ୍ଠ କିରାଣି ପଦବୀ ମଧ୍ୟ ୩ ବର୍ଷ ହେଲା ଖାଲି ପଡିଛି। ଏ ଦିଗରେ ଜିଲା ପ୍ରଶାସନ ଓ ସ୍ଥାନୀୟ ଜନ ପ୍ରତିନିଧିମାନେ ଦୃଷ୍ଟି ଦେଇ ଖାଲି ପଦବୀ ପୂରଣ ଦିିଗରେ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri