ଅଧିକାରୀଙ୍କ ଅବହେଳା, ଭୁଶୁଡୁଛି ଗ୍ରାମାଞ୍ଚଳ ଶିକ୍ଷା ବ୍ୟବସ୍ଥା

ପଟ୍ଟାଙ୍ଗି,୧୦ା୨(ଡି.ଏନ.ଏ.):ଗ୍ରାମାଞ୍ଚଳର ଛାତ୍ରୀଛାତ୍ରଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବାକୁ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତକରି କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବ୍ଲକ ଓ ଜିଲା ଶିକ୍ଷା ଅଧିକାରୀଙ୍କ ଅବହେଳାରୁ କେତେକ ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଅଧିକାରୀମାନେ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ର ଅନୁପାତରେ ଶିକ୍ଷୟିତ୍ରୀ ଶିକ୍ଷକ ନିଯୁକ୍ତି ନେଇ ପଦକ୍ଷେପ ନେଉ ନ ଥିବାରୁ ଶିକ୍ଷାଦାନରେ ବିଭିନ୍ନ ସମସ୍ୟା ଉପୁଜୁଛି। ଏପରି ଦେଖିବାକୁ ମିଳିଛି ପଟ୍ଟାଙ୍ଗି ବ୍ଲକ ଶିକ୍ଷା ବିଭାଗ ଅଧୀନରେ ଥିବା ବିଭିନ୍ନ ବିଦ୍ୟାଳୟ କ୍ଷେତ୍ରରେ। ବ୍ଲକର ବଦଲିଗୁଡା ବିଦ୍ୟାଳୟରେ ୫୫ ଛାତ୍ରୀଛାତ୍ର ପାଇଁ ଜଣେ ମାତ୍ର ଶିକ୍ଷକ ରହିଥିବା ବେଳେ ବିଟୁଗୁଡ଼ା ବିଦ୍ୟାଳୟରେ ୧୯ ଛାତ୍ରୀଛାତ୍ରଙ୍କ ପାଇଁ ୩ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ନିୟୋଜିତ ଅଛନ୍ତି । ସେହିପରି ହଳଦୀଗୁଡ଼ା ବିଦ୍ୟାଳୟରେ ୩ ଜଣ ଛାତୀଛାତ୍ରଙ୍କ ପାଇଁ ୨ଜଣ ଅଛନ୍ତି। ଏପରିକି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଲାଗି ରହିଥିବା ଗୋପବନ୍ଧୁପଲ୍ଲୀ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ୧୨୨ ଜଣ ଛାତ୍ରୀଛାତ୍ର ପଢୁଥିବା ବେଳେ ଏଠାରେ ମାତ୍ର ୩ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଅଛନ୍ତି। ଏପରି ଅବ୍ୟବସ୍ଥା ବ୍ଲକର ଅଧିକାଂଶ ବିଦ୍ୟାଳୟରେ ରହିଥିଲେ ମଧ୍ୟ ଏସବୁ ସମସ୍ୟାର ସମାଧାନ ଲାଗି ଅଧିକାରୀମାନେ ତତ୍ପରତା ପ୍ରକାଶ କରୁନାହାନ୍ତି ବୋଲି ଜିଲା ପରିଷଦ ସଭ୍ୟା ଟିକାଇ ଗେମେଲ ଅଭିଯୋଗ କରିଛନ୍ତି। ଯେଉଁ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ତୁଳନାରେ ଅଧିକ ସଂଖ୍ୟକ ଶିକ୍ଷୟିତ୍ରୀ ଶିକ୍ଷକ ଥାନ୍ତି ସେଠାରେ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଅନ୍ୟ ବିଦ୍ୟାଳୟକୁ ଡେପୁଟେଶନରେ ପଠାଇବା ବ୍ୟବସ୍ଥା ଥିଲେ ମଧ୍ୟ ବ୍ଳକ କିମ୍ବା ଜିଲା ଶିକ୍ଷା ଅଧିକାରୀ ଏଥିପ୍ରତି ଗୁରୁତ୍ୱ ଦେଉ ନ ଥିବା ଅଭିଭାବକମାନେ ପ୍ରକାଶ କରିଛନ୍ତି। ଏନେଇ ସଦର ପଞ୍ଚାୟତ ସରପଞ୍ଚ ଆଲମେ ଫୁଲ ଅନେକ ଥର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଏ ସମ୍ପର୍କରେ ବ୍ଲକ ଶିକ୍ଷା ଅଧିକାରୀ ଟି.ମିନତିଙ୍କୁ ପଚାରିବାରୁ ସେ କହିଲେ, ଏ ବିଷୟରେ ସେ ଜିଲା ଶିକ୍ଷା ଅଧିକାରୀଙ୍କ ସହ ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri