ସମସ୍ତଙ୍କ ମିଳିତ ଉଦ୍ୟମରେ ଶିକ୍ଷାର ହେବ ବିକାଶ: ଶୃଙ୍ଖଳାକୁ ଗୁରୁତ୍ୱ ଦେବାକୁ ପରାମର୍ଶ

ଦାରିଙ୍ଗବାଡି, ୧୪।୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ରହିଥିବା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜୟ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ଥାନୀୟ ତହସିଲଦାର ଧୀରୋଜ ପାତ୍ର ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ ଅନ୍ୟ ଅତିଥିଙ୍କ ମଧ୍ୟରେ ଉଲିପଦର ସରକାରୀ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମଦନ ମୋହନ ବେହେରା, ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ସୋନାଲିକା ପୃଷ୍ଟି, ବରିଷ୍ଠ ଶିକ୍ଷକ ନରେନ୍ଦ୍ର ବେହେରା,ପୋଲିସ ସବ ଇନ୍ସପେକ୍ଟର ବାସନ୍ତି ବେହେରା, ନାରୀ ନେତ୍ରୀ ବିଳାସିନି ନାୟକ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସନ୍ତୋଷ ପ୍ରଧାନ, ମଞ୍ଚାସୀନ ରହିଥିଲେ। କାର୍ଯ୍ୟକ୍ରମରେ ଗ୍ରେସିୟସ ଦାସ ଏବଂ ଅନିତା ପ୍ରଧାନମଞ୍ଚ ପରିଚାଳନା ସମ୍ପାଦନ କରିହିଲେ। ଶିକ୍ଷାର ବିକାଶ ସହ ବିଦ୍ୟାଳୟରେ ପ୍ରତିବର୍ଷ ଦଶମ ଶ୍ରେଣୀ ଛାତ୍ରୀମାନେ ଯେଉଁ ଭଳି ପରୀକ୍ଷା ଫଳାଫଳ ଶତ ପ୍ରତିଶତ ସଫଳ ହେଉଛି। ତାହା ବଜାୟ ରଖିବା ସହ ଭଲ ଗ୍ରେଡ଼ ରେ ତାହା ଉର୍ତ୍ତିନ୍ନ ହେବାକୁ ପିଲାଙ୍କୁ ଅତିଥି ନରେନ୍ଦ୍ର ବେହେରା ପରାମର୍ଶ ଦେଇଥିଲେ। ସେହିପରି
ସମସ୍ତଙ୍କ ମିଳିତ ଉଦ୍ୟମରେ ତଥା ଛାତ୍ରୀ, ଅଭିଭାବକ, ଶିକ୍ଷୟତ୍ରୀ ଶିକ୍ଷକ ଙ୍କ ସହଯୋଗ ରେ ଶିକ୍ଷାର ବିକାଶ ହେବ ବୋଲି କୁହାଯାଇଥିଲା ସେହିପରି ସଫଳତାର ଶୀର୍ଷ ରେ ପହଞ୍ଚିବାକୁ ହେଲେ କଠିନ ପରିଶ୍ରମ, ଶୃଙ୍ଖଳା କୁ ଅଧିକା ଗୁରୁତ୍ୱ ଦେବାକୁ ଅତିଥିମାନେ ବିଦ୍ୟାକୟର ଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ବିଦ୍ୟାଳୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା କୃତିତ୍ୱ ଛାତ୍ରୀ ମାନଙ୍କୁ ବିଦ୍ୟାଳୟ ପକ୍ଷରୁ ମାନପତ୍ର, ଟ୍ରଫି ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା ପରେ ଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ, ସଙ୍ଗୀତ ଡାକଗତ ନୃତ୍ୟ ଅନୁଷ୍ଠିତ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମହିଳା କ୍ରିକେଟ ଟିମ୍‌ଙ୍କୁ ଝଟ୍‌କା, ଦଳରୁ ହଠାତ୍‌ ବାହାରିଲେ ମ୍ୟାଚ୍‌ ଓ଼୍ବିନର୍‌

ନୂଆଦିଲ୍ଲୀ,୪।୩: ଅଷ୍ଟ୍ରେଲିଆ ଗସ୍ତ କରୁଥିବା ଭାରତୀୟ ମହିଳା କ୍ରିକେଟ ଦଳକୁ ଏକ ବଡ଼ ଝଟକା ଲାଗିଲା ଯେତେବେଳେ ବରିଷ୍ଠ ପେସର ରେଣୁକା ସିଂହ ଠାକୁରଙ୍କୁ କାର୍ଯ୍ୟଭାର ପରିଚାଳନା…

ବଡ଼ଛତ୍ରଙ୍ଗରେ ଉତ୍ସାହର ସହ ପାଳିତ ହେଲା ହୋଲି :  ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଲା ଗାଁ

ଥୁଆମୂଳରାମପୁର, ୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକର ବଡ଼ଛତ୍ରଙ୍ଗ ଗ୍ରାମରେ ରାଧାକୃଷ୍ଣ ପୂଜା କମିଟି ପକ୍ଷରୁ ଚଳିତ ବର୍ଷର ପବିତ୍ର ହୋଲି ଉତ୍ସବ ଅତ୍ୟନ୍ତ…

ହୋଲି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲି। ଏ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ‘ଏକ୍ସ’ରେ ଲେଖିଛନ୍ତି,‘ରଙ୍ଗର…

୧,୯୯,୭୦,୦୦,୦୦,୦୦,୦୦୦ ଆମେରିକାର ଯୁଦ୍ଧର ଖର୍ଚ୍ଚ, ଟ୍ରମ୍ପ କହିଲେ ଏତିକି ଦିନ ଯାଏ ଚାଲିବ ଯୁଦ୍ଧ

ଓ୍ବାଶିଂଟନ୍‌,୪।୩: ଆମେରିକା ପୁଣି ଥରେ ଯୁଦ୍ଧରେ ଜଡିତ। ଜୀବନ ଏବଂ ସମ୍ପତ୍ତି କ୍ଷତି ସହିତ, ଦେଶ ଏକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ କ୍ଷତିର ସମ୍ମୁଖୀନ ହେଉଛି। ରିପୋର୍ଟଗୁଡ଼ିକ ସୂଚିତ…

ଛାତ୍ରାବାସରୁ ୧୦ ଛାତ୍ର ହଷ୍ଟେଲରୁ ଫେରାର୍‌ ଘଟଣା: ଜଙ୍ଗଲରେ ରାତି ବିତାଇଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର, ଭୋର୍‌ରୁ ହେଲେ ଉଦ୍ଧାର

ଦାରିଙ୍ଗବାଡି, ୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ସାମନବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୦ଶଯ୍ୟା ବିଶିଷ୍ଟ ଛାତ୍ରାବାସରୁ ମଙ୍ଗଳବାର…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚରେ ବର୍ଷା ହେଲେ କାହାକୁ ମିଳିବ ଫାଇନାଲ ଟିକେଟ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ର ପ୍ରଥମ ସେମିଫାଇନାଲ ମାର୍ଚ୍ଚ ୪ ତାରିଖରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri