ଖୋଲିଲା ଏଜୁକେଶନାଲ ଇ-ଷ୍ଟୁଡିଓ

ବାରିପଦା, ୨୪ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ରାଜ୍ୟର ପ୍ରଥମ ଏଜୁକେଶନାଲ ଇ-ଷ୍ଟୁଡିଓର ଶୁଭାରାମ୍ଭ ହୋଇଛି। ମୁଖ୍ୟଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗଦେଇ ଏହାକୁ ଉଦ୍‌ଘାଟନ କରିବା ସହ ବିଭିନ୍ନ ସ୍କୁଲର ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ସହ ସିଧାସଳଖ ଭାବବିନିମୟ କରିଥିଲେ। ଶିକ୍ଷଣ ପ୍ରକ୍ରିୟାକୁ ସମୟ ଉପଯୋଗୀ ତଥା ସହଜ, ସରଳ ଓ ସାବଲୀଳ କରିବା ଉଦ୍ଦେଶ୍ୟରେ ଜିଲା ପ୍ରଶାସନ ଓ ସମଗ୍ର ଶିକ୍ଷା ଅଭିଯାନ ପକ୍ଷରୁ ଏହି ଅଭିନବ ପ୍ରୟାସ ଆରମ୍ଭ ହୋଇଛି। ଏହାଦ୍ୱାରା ୫-ଟି ଦ୍ୱାରା ରୂପାନ୍ତରିତ ଜିଲାର ୫୮୧ ହାଇସ୍କୁଲ ସହିତ ୨୬ଟି ଆଦର୍ଶ ବିଦ୍ୟାଳୟକୁ ମିଶାଇ ମୋଟ ୧୭୫୫ଟି ସ୍ମାର୍ଟ କ୍ଲାସରୁମ ମାଧ୍ୟମରେ ୭୮ହଜାର ୯୫୫ ଛାତ୍ରୀଛାତ୍ର ଶିକ୍ଷା ଗ୍ରହଣ କରିପାରିବେ। ସେହିପରି ପ୍ରାଥମିକ ସ୍ତରରେ ଥିବା ଜିଲାର ୨୬ଟି କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ସହିତ ୧୪୧ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ୩୪୯ ବିଦ୍ୟାଳୟ ସଂଲଗ୍ନ ଅଙ୍ଗନୱାଡି କେନ୍ଦ୍ରକୁ ଏହି ସେବା ସମ୍ପ୍ରସାରିତ କରାଯିବ। ଏଥିଲାଗି ରାଜ୍ୟ ସରକାର ୫୯୦ଟି ଟେଲିଭିଜନ ସେଟ୍‌ ଯୋଗାଇ ଦେଇଥିବା ସୂଚନା ମିଳିଛି।
ଏହି ଏଜୁକେଶନାଲ ଇ-ଷ୍ଟୁଡିଓ ଦ୍ୱାରା ବିଷୟଭିତ୍ତିିକ ଜ୍ଞାନ, ଅଭିଜ୍ଞତା ଓ ଦକ୍ଷତା ହାସଲ ନିମନ୍ତେ ସମ୍ବଳ ଶିକ୍ଷକଙ୍କ ଦ୍ୱାରା ଛାତ୍ରୀଛାତ୍ରମାନଙ୍କୁ ନେଇ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ କରାଯିବାର ଲକ୍ଷ୍ୟ ରଖାଯାଇଛି। ଜାତୀୟ ଶିକ୍ଷାନୀତି ଆଧାରରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ସୃଜନାମତ୍କ ଶୈଳୀରେ ପ୍ରସାରଣ କରାଯିବ। ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ନିରବଚ୍ଛିନ୍ନ ଶିକ୍ଷାର ପ୍ରଚାର ଓ ପ୍ରସାର ଲାଗି ସହାୟ ହେବା ସହିତ ଏହା ଏକ ଯୁଗୋପଯୋଗୀ ପଦକ୍ଷେପ ବୋଲି ମନ୍ତ୍ରୀ ମାର୍ଣ୍ଡି କହିଛନ୍ତି। ଏହି ଷ୍ଟୁଡିଓର ସମସ୍ତ କାର୍ଯ୍ୟକ୍ରମ ସମଗ୍ର ଶିକ୍ଷା ମୟୂରଭଞ୍ଜ ନାମକ ୟୁଟ୍ୟୁବ ପୋର୍ଟାଲରେ ପ୍ରସାରଣ ହେବା ସହିତ ସବୁଦିନ ଲାଗି ରେକର୍ଡ ହୋଇରହିବ। ମୟୂରଭଞ୍ଜ ଜିଲା ପ୍ରଶାସନର ଏହି ଅଭିନବ ପଦକ୍ଷେପକୁ ନେଇ ମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ସାରା ରାଜ୍ୟରେ ଏଭଳି ଇ-ଷ୍ଟୁଡିଓ ପ୍ରସ୍ତୁତ କରିବା ସକାଶେ ପଦକ୍ଷେପ ନେବା ଲାଗି ସରକାରଙ୍କୁ ପ୍ରସ୍ତାବ ଦେବେ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ଜିଲାପାଳ ବିନୀତ ଭରଦ୍ୱାଜ, ଅତିରିକ୍ତ ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୌଲତ ଚନ୍ଦ୍ରକାର, ସମଗ୍ର ଶିକ୍ଷା ଅଭିଯାନ ପ୍ରକଳ୍ପ ଅଧିକାରୀ ତଥା ଜିଲା ଶିକ୍ଷାଧିକାରୀ ନବ ଚରଣ ଗିରି ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଡିଏମ୍‌ଏଫ୍‌ ପାଣ୍ଠିରୁ ୭୮ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏହି ଇ-ଷ୍ଟୁଡିଓ ନିର୍ମାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri