ରାଜନୀତିକରଣ ହେବ ନାହିଁ ଶିକ୍ଷାନୁଷ୍ଠାନ: ବିଧାୟକ

ଭଞ୍ଜନଗର,୨୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାଲେରୀ ଉଚ୍ଚ ବିଦ୍ୟାଳୟରେ ଗୁରୁବାର ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ ସେ ତାଙ୍କ ଭାଷଣରେ କହିଥିଲେ ଯେ, ଛାତ୍ରୀଛାତ୍ରଙ୍କ ମଧ୍ୟରେ ଲୁକ୍କାୟିତ ଅବସ୍ଥାରେ ଥିବା ବିଭିନ୍ନ ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ ନେଇ ସୁରଭି କାର୍ଯ୍ୟକ୍ରମ ହେଉଛି। ଏଠୁ ହିଁ ଅନେକ ପ୍ରତିଭାକୁ ଖୋଜି ବାହାର କରାଯାଇ ପାରୁଛି। ଶିକ୍ଷା କ୍ଷେତ୍ରରେ ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି। ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ମଧ୍ୟ ଶିକ୍ଷାକ୍ଷେତ୍ରରେ ଭିତ୍ତିଭୂମି ସୁଦୃଢ଼ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ବିଧାୟକ ନାୟକ କହିଥିଲେ। ଏଥିସହ ସେ କହିଥିଲେ ଯେ, ଶିକ୍ଷକମାନେ ଯେଉଁ ଲକ୍ଷ୍ୟ ନେଇ ନିଯୁକ୍ତି ହୋଇଛନ୍ତି ସେମାନେ ସେମାନଙ୍କ କର୍ତ୍ତବ୍ୟ ପାଳନ କଲେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହୋଇପାରିବ। ଏଥିପ୍ରତି ଶିକ୍ଷକମାନେ ଦୃଷ୍ଟି ଦେବାକୁ ବିଧାୟକ ଉପସ୍ଥିତ ଶିକ୍ଷକଙ୍କୁ
ଆହ୍ବାନ କରିଥିଲେ। ଏଥିସହ ସେ କହିଥିଲେ ମୁଁ ବିଧାୟକ ନିର୍ବାଚିତ ହେବା ପୂର୍ବରୁ ଅନେକ ଶିକ୍ଷକ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ରାଜନୀତି କରୁଥିଲେ। କିନ୍ତୁ ମୁଁ ନିର୍ବାଚିତ ହେବା ପରେ ଶିକ୍ଷାନୁଷ୍ଠାନରେ ରାଜନୀତି ପ୍ରବେଶକୁ ବିରୋଧ କରୁଛି। ଦିନ ଥିଲା ଆମେ ପାଠ ପଢ଼ିବା ବେଳେ ବିଦ୍ୟାଳୟ କୋଠାଗୁଡ଼ିକର ଅବସ୍ଥା ଭଲ ନ ଥିଲା। କ୍ଲାସରେ ବସିଥିବା ସମୟରେ ବର୍ଷା ପାଣି ଏବଂ ଖରା ପଡୁଥିଲା। ବେଳେବେଳେ ବର୍ଷା ପାଇଁ ବିଦ୍ୟାଳୟ ଛୁଟି ହୋଇଯାଉଥିଲା। ଆଜି କିନ୍ତୁ ସମୟ ବଦଳି ଯାଇଛି। ମୋ’ ନିର୍ବାଚନମଣ୍ଡଳୀର ସମସ୍ତ ବିଦ୍ୟାଳୟର ଉନ୍ନତିକରଣ ପାଇଁ ପଦକ୍ଷେପ ନିଆଯାଇଛି।

ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥ, ଭଞ୍ଜନଗର ଦିନବନ୍ଧୁ ବେହେରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସ୍ବରାଜ କହଁର, ହରିଗଡ଼ ବିଦ୍ୟାଳୟ ପ୍ରଧାନଶିକ୍ଷକ ସରୋଜକାନ୍ତ ଶତପଥୀ, ଗାଲେରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ସୁମିତ୍ରା ଗୌଡ଼, ସମିତିସଭ୍ୟା ମାମାଜିନୀ ଗୌଡ଼ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କବି ସମ୍ରାଟ ବିଦ୍ୟାପୀଠ, କୁଲାଡର ଅଧ୍ୟକ୍ଷ ଗୌରୀ ନନ୍ଦନ ହୋତା ଅତିଥି ପରିଚୟ ପ୍ରଦାନ କରିଥିଲେ। ସହକାରୀ ଶିକ୍ଷୟିତ୍ରୀ ଉଷାରାଣୀ ସାମନ୍ତ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ସହକାରୀ ଶିକ୍ଷକ ସତ୍ୟ ନାରାୟଣ ଶତପଥୀ ଧନ୍ୟବାଦ ପ୍ରଦାନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri