ଆଜିଠୁ ଖୋଲିବ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର,୭।୨(ବ୍ୟୁରୋ): କୋଭିଡ୍‌ କଟକଣା ସହ ରାଜ୍ୟରେ ସୋମବାରଠାରୁ ଶିକ୍ଷାନୁଷ୍ଠାନ ଖୋଲିବ। ସରକାରୀ ଓ ଘରୋଇ ସ୍କୁଲରେ ଅଷ୍ଟମରୁ ଦଶମ ଛାତ୍ରୀଛାତ୍ର ଶ୍ରେଣୀ ଗୃହରେ ବସି ପାଠ ପଢ଼ିବେ। ଏଥିସହିତ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ ସମେତ ସମସ୍ତ ବୈଷୟିକ ଓ ପ୍ରଫେଶନାଲ ଶିକ୍ଷାନୁଷ୍ଠାନଗୁଡ଼ିକରେ ମଧ୍ୟ ଅଫ୍‌ଲାଇନ୍‌ କ୍ଲାସ୍‌ ଆରମ୍ଭ ହେବ। ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ସମୟ ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ରହିଥିବାବେଳେ ଅଷ୍ଟମ ଶ୍ରେଣୀ ପାଇଁ ସକାଳ ୯ଟାରୁ ଅପରାହ୍ନ ୧ଟା ରହିଛି। ତେବେ ସ୍କୁଲରେ ମଧ୍ୟାହ୍ନଭୋଜନ ପାଇଁ ଅନୁମତି ଦିଆଯାଇ ନାହିଁ।

ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ମଧ୍ୟାହ୍ନଭୋଜନ ବାବଦରେ ପିଲାଙ୍କୁ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ। ସେହିପରି ରାଜ୍ୟର ସବୁ ଉଚ୍ଚ ଶିକ୍ଷାନୁଷ୍ଠାନରେ କ୍ଲାସ୍‌ରୁମ୍‌ ପାଠପଢ଼ା ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ଡିଗ୍ରୀ କଲେଜ ଓ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନଗୁଡ଼ିକର ହଷ୍ଟେଲ ରବିବାରଠାରୁ ଖୋଲିଯାଇଛି। ଶିକ୍ଷାନୁଷ୍ଠାନ ଖୋଲୁଥିଲେ ମଧ୍ୟ ଉଭୟ ଅଫ୍‌ଲାଇନ୍‌ ଓ ଅନ୍‌ଲାଇନ୍‌ ପାଠପଢ଼ା ଜାରି ରହିବ। ତେବେ ଶିକ୍ଷାନୁଷ୍ଠାନରେ କୋଭିଡ୍‌ କଟକଣା ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି କେହି କଟକଣାରେ ହେଳା କରନ୍ତି, ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୂର୍ବରୁ ଏସ୍‌ଆର୍‌ସିଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଅନ୍ୟପକ୍ଷରେ ୧୪ ତାରିଖରୁ ପ୍ରାଥମିକ ସ୍କୁଲ୍‌ ଖୋଲିବ। ପ୍ରଥମରୁ ସପ୍ତମ ଶ୍ରେଣୀ ପିଲା ସ୍କୁଲ ଯିବେ। ଏମାନଙ୍କର ମଧ୍ୟ ସକାଳ ୯ଟାରୁ ଅପରାହ୍ନ ୧ଟା ଯାଏ କ୍ଲାସ୍‌ ହେବ।
ସୂଚନାଯୋଗ୍ୟ, ଗତ ପ୍ରାୟ ଦୁଇବର୍ଷ ହେବ କରୋନା ଯୋଗୁ ଶିକ୍ଷାଦାନ ଘୋର ବାଧାପ୍ରାପ୍ତ ହୋଇଛି। ୨୦୨୦ ମାର୍ଚ୍ଚ ୧୫ରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ପଡ଼ିଥିଲା। କରୋନାର ଦ୍ୱିତୀୟ ଲହର ସଂକ୍ରମଣ ହ୍ରାସ ପାଇବା ପରେ ରାଜ୍ୟ ସରକାର ପର୍ଯ୍ୟାୟକ୍ରମେ ଶିକ୍ଷାନୁଷ୍ଠାନଗୁଡ଼ିକୁ ଖୋଲିଥିଲେ। ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଥିଲା। ଏହାପରେ ନବମ, ଏକାଦଶ, ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀ ସମେତ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟରେ ପାଠପଢ଼ା ଆରମ୍ଭ ହୋଇଥିଲା। ତେବେ ପ୍ରାଥମିକ ପିଲାଙ୍କ ପାଇଁ ଜାନୁୟାରୀ ୩ରୁ ସ୍କୁଲ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲେ। କିନ୍ତୁ କରୋନାର ତୃତୀୟ ଲହର ଯୋଗୁ ପ୍ରାଥମିକ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ସ୍ଥଗିତ ରଖିବା ସହିତ ଅନ୍ୟାନ୍ୟ ସମସ୍ତ ଶିକ୍ଷାନୁଷ୍ଠାନକୁ ରାଜ୍ୟ ସରକାର ବନ୍ଦ କରିଦେଇଥିଲେ। ଏବେ ସଂକ୍ରମଣ ହ୍ରାସ ପାଉଥିବାରୁ ରାଜ୍ୟ ସରକାର ଶିକ୍ଷାନୁଷ୍ଠାନ ଖୋଲି ପାଠପଢ଼ା ସ୍ବାଭାବିକ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସମସ୍ତ କ୍ଲାସ୍‌ ପ୍ରମୋଶନ ପରୀକ୍ଷା ସମେତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା କରିବାକୁ ମଧ୍ୟ ଯୋଜନା ହୋଇଛି। ତେବେ କରୋନା ସ୍ଥିତିକୁ ଦେଖି ପରୀକ୍ଷା କରିବାକୁ ମାଧ୍ୟମିକ ଶିକ୍ଷା ପରିଷଦ ନିଷ୍ପତ୍ତି ନେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri