୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ୨୫ ତାରିଖ ଜିଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ପ୍ରାଥମିକ, ଉଚ୍ଚ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ଏକ ନିର୍ଦ୍ଦେଶ ଜାରି କରାଯାଇଛି। ସେହିପରି ସମସ୍ତ ଡିଗ୍ରୀ କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱବିଦ୍ୟାଳୟର ବିଭିନ୍ନ ବିଭାଗ ମଧ୍ୟ ବନ୍ଦ ରହିବ।

ଛାତ୍ରଛାତ୍ରୀ ଏବଂ ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିର୍ଦ୍ଦେଶ ଜାରି କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟ ଓ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି।

Share