ବିଜେଡିରୁ ଇସ୍ତଫା ଦେଲେ ଜୀବନ ପ୍ରଦୀପ ଦାସ

ଭୁବନେଶ୍ୱର,୬।୧୧(ବ୍ୟୁରୋ)-ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଜୀବନ ପ୍ରଦୀପ ଦାସ। ଏ ନେଇ ଶୁକ୍ରବାର ବାଲେଶ୍ୱରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ନିଜର ଇସ୍ତଫା ସମ୍ପର୍କରେ ଘୋଷଣା କରିଛନ୍ତି ଜୀବନ। ଅଭିଯୋଗ ଉପରେ ପକ୍ଷ ରଖିବାକୁ ସୁଯୋଗ ନ ଦେବାରୁ ସେ ଇସ୍ତଫା ଦେଇଥିବା କହିଛନ୍ତି।
ସୂଚନାଯୋଗ୍ୟ, ଗତକାଲି ଜୀବନଙ୍କୁ ଦଳରୁ ସସ୍‌ପେଣ୍ଡ କରିଥିଲା ବିଜେଡି।