ଦାରିଙ୍ଗବାଡିରେ ଭାରତ ବନ୍ଦ ପ୍ରଭାବ : ଚାରିଛକରେ ବିକ୍ଷୋଭ

ଦାରିଙ୍ଗବାଡି,୨୧।୮(ଅରୁଣ ସାହୁ): ସୁପ୍ରିମକୋର୍ଟ ରାୟ ବିରୋଧରେ ବୁଧବାର ଭାରତ ବନ୍ଦ ଡାକରାରେ ଦାରିଙ୍ଗବାଡି ପ୍ରଭାବିତ ହୋଇଛି। ଦୋକାନ ବଜାର ବନ୍ଦ ରହିଥିବା ସହ ଗାଡିମୋଟର ଚଳାଚକ ସମ୍ପୂର୍ଣ୍ଣ ବନ୍ଦ ରହିଛି । ଭାରତ ବନ୍ଦ ଡାକରାରେ ସ୍ଥାନୀୟ ରାଷ୍ଟ୍ରୀୟ ଆଦିବାସୀ ଏକତା ପରିଷଦ ଓ ଆଦିବାସୀ ମହାସଙ୍ଘ,ଆଦିବାସୀ ଦଳିତ ମହାସଙ୍ଘ ଏବଂ କୁଇ କୁଳ ସମିତି (ଦାରିଙ୍ଗବାଡି )ପକ୍ଷରୁ ସମର୍ଥନ ଜଣାଇ ଦାରିଙ୍ଗବାଡିର ଚାରିଛକରେ ଜାତୀୟ ରାଜପଥକୁ ଅବରୋଧ କରି ବିକ୍ଷୋଭ କରାଯାଇଛି। ସୁପ୍ରିମକୋର୍ଟ ଦେଇଥିବା ରାୟକୁ ପ୍ରତ୍ୟାହାର କରାଯିବାକୁ ବିକ୍ଷୋଭ କରିବା ସହ ହାତରେ ପ୍ଲାକାର୍ଡ ଧରି ନାରାବାଜି ଦେଇଥିଲେ । ସେହିପରି ବିକ୍ଷୋଭକାରୀମାନେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିବା ବେଳେ ଗାଡି ଚଳାଚଳ ବନ୍ଦ ଯୋଗୁ ଲୋକମାନେ ବ୍ୟାଙ୍କ, ସ୍ବାାସ୍ଥ୍ୟକେନ୍ଦ୍ର, ସରକାରୀ କାର୍ଯ୍ୟରେ ପହଞ୍ଚିବା ମୁସ୍କିଲ ହୋଇଛି। ତେବେ ଜରୁରୀକାଳୀନ ସେବା ତଥା ଆମ୍ବୁଲାନ୍ସ ସମେତ ବିଭିନ୍ନ ଜରୁରୀ କାର୍ଯ୍ୟକୁ ଏହି ବନ୍ଦରୁ ବାଦ୍‌ ଦିଆଯାଇଛି। ବିଦ୍ୟାଳୟ, ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ ଆଦି ଖୋଲା ରହିଛି। ଏହି ଆନ୍ଦୋଳନରେ କୁଇକୁଳ ସମିତିର ସମ୍ପାଦକ ଶୁକଦେବ ପ୍ରଧାନଙ୍କ ସମେତ ରାଷ୍ଟ୍ରୀୟ ଆଦିବାସି ଏକଦା ପରିଷଦର ବ୍ଲକ ପ୍ରଭାରୀ ପ୍ରଶାନ୍ତ ପ୍ରଧାନ, ଆଦିବାସୀ ମହାସଙ୍ଘର ସମ୍ପାଦକ ସନ୍ତୋଷ ପ୍ରଧାନ, ନାଏବ ସରପଞ୍ଚ ଦୀପକ ପ୍ରଧାନଙ୍କ ସମେତ ଶତାଧିକ ଲୋକ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri