ଜଙ୍ଗଲ ନିଆଁକୁ କାବୁ କରିବା ଲାଗି ଗ୍ରହଣ କରାଯିବ ପ୍ରଭାବଶାଳୀ ପଦକ୍ଷେପ:ଗ୍ରୀସ ରାଷ୍ଟ୍ରପତି କ୍ୟାଟରିନା…

ଏଥେନ୍ସ,୨୩।୮ : ଗ୍ରୀସରେ ଜଙ୍ଗଲ ନିଆଁ ତାଣ୍ଡବ ରଚିଛି। ଅଗ୍ନିଶମ କର୍ମଚାରୀମାନେ ଉତ୍ତର-ପୂର୍ବ ଗ୍ରୀସର ଏକ ଅଞ୍ଚଳରେ ୧୮ ଜଳନ୍ତା ମୃତଦେହ ପାଇଛନ୍ତି। ଗ୍ରୀସ ରାଷ୍ଟ୍ରପତି କ୍ୟାଟରିନା ସାକେଲାରୋପୁଲୁ ଏକ ବିବୃତ୍ତିରେ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ବାରମ୍ବାର ଜଙ୍ଗଲ ଅଗ୍ନିକାଣ୍ଡ ସମ୍ପର୍କରେ ରାଷ୍ଟ୍ରପତି କହିଛନ୍ତି ସ୍ଥିତି ସ୍ବାଭାବିକ ନ ହେଉଥିବାରୁ ଆମେ ତୁରନ୍ତ ଏବଂ ପ୍ରଭାବଶାଳୀ ପଦକ୍ଷେପ ଗ୍ରହଣ କରିବା ଆବଶ୍ୟକ।

ଗରମ, ଶୁଖିଲା ଅଞ୍ଚଳ ଏବଂ ପବନ ପରିସ୍ଥିତି ଗ୍ରୀସରେ ଦଶହଜାର ଜଙ୍ଗଲରେ ନିଆଁକୁ ତୀବ୍ର କରିଛି, ଚାରି ଦିନ ଧରି ଏହି ଅଗ୍ନିକାଣ୍ଡ ଭୟଙ୍କର ରୂପ ନେଇଛି, ଯାହା ଉତ୍ତର-ପୂର୍ବ ବନ୍ଦର ସହର ଆଲେକ୍ସଜାଣ୍ଡ୍ରାପୋଲିସର ଛାଉଣୀରେ ପରିଣତ ହୋଇଛି। ଉତ୍ତର ଏବଂ କେନ୍ଦ୍ରୀୟ ଗ୍ରୀସରେ ପୃଥକ ଅଗ୍ନିକାଣ୍ଡରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଅଗ୍ନିଶମ କର୍ମଚାରୀ ଆହତ ହୋଇଛନ୍ତି।

ଗତ କିଛି ଦିନ ହେବ ଏହି ଅଞ୍ଚଳରେ ଜଙ୍ଗଲରେ ନିଆଁ ଲାଗି ରହିଥିଲା। ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ଉତ୍ତର-ପୂର୍ବ ଆଲେକ୍ସଜାଣ୍ଡ୍ରୋପୋଲିସ ଅଞ୍ଚଳର ଆଭାଣ୍ଟା ଅଞ୍ଚଳରେ ଥିବା ଏକ କୁଡ଼ିଆ ନିକଟରୁ ମିଳିଥିବା ମୃତଦେହକୁ ଚିହ୍ନଟ କରିବା ପାଇଁ ଗ୍ରୀସ ପୋଲିସ ଦେଶର ବିପର୍ଯ୍ୟୟ  ଚିହ୍ନଟକାରୀ ଦଳକୁ ସକ୍ରିୟ କରିଛି ବୋଲି ଅଗ୍ନିଶମ ବିଭାଗର ମୁଖପାତ୍ର ଆଇଓନିସ ଆର୍ଟୋପିଓସ ଏକ ଟେଲିଭିଜନ ବିବୃତ୍ତିରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?