ରବିବାର ରାତିରେ ଓଡ଼ିଶାରୁ ହଟିଯିବ ବାତ୍ୟାର ପ୍ରଭାବ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ସମୁଦ୍ର ଭିତରେ ଦୁର୍ବଳ ହୋଇଯାଇଛି ସାମୁଦ୍ରିକ ଝଡ଼ ‘ଜୱାଦ୍‌’। ରାତିରେ ଗଭୀର ଅବପାତ ହେବା ସହ ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି। ଏଥି ସହିତ ପୁରୀରେ ପହଞ୍ଚିଲା ବେଳକୁ ପବନର ବେଗ କମିଯିବ। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଶନିବାର ଏହି ସୂଚନା ଦେଇଛନ୍ତି।

ରବିବାର ରାତି ବେଳକୁ ଓଡ଼ିଶାରୁ ବାତ୍ୟାର ପ୍ରଭାବ ହଟିଯିବାର ସମ୍ଭାବନା ରହିଥିବା ସ୍ବତନ୍ତ୍ର ରିଲିଫ କମିସନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା କହିଛନ୍ତି। ସାମୁଦ୍ରିକ ଝଡ଼ ଦକ୍ଷିଣପୂର୍ବ ଦିଗରେ ବିଶାଖାପାଟନମ୍‌ଠାରୁ ୨୧୦ କି.ମି., ଗୋପାଳପୁରଠାରୁ ଦକ୍ଷିଣ ଦିଗରେ ୩୨୦ କିମି, ପୁରୀଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୩୯୦ କି.ମି ଏବଂ ପାରାଦୀପଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୭୦ କିମି ଦୂରରେ ରହିଛି। ଏହା କ୍ରମଶଃ ଦୁର୍ବଳ ହୋଇ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ପ୍ରାୟ ଉତ୍ତର ଦିଗକୁ ଗତି କରିବ। ପରବର୍ତ୍ତୀ ସମୟରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଓଡ଼ିଶା ଉପକୂଳରେ ରବିବାର ମଧ୍ୟାହ୍ନରେ ପୁରୀ ନିକଟରେ ପହଞ୍ଚିବ। ପରବର୍ତ୍ତୀ ସମୟରେ ଏହା ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି। ଉତ୍ତର-ଉତ୍ତରପୂର୍ବ ଦିଗକୁ ଓଡ଼ିଶା ଉପକୂଳ ଦେଇ ପଶ୍ଚିମ ବଙ୍ଗୋପସାଗର ଉପକୂଳ ଆଡ଼କୁ ଗତି କରିପାରେ। ବାତ୍ୟା ‘ଜୱାଦ୍‌’ର ତୀବ୍ରତା ହ୍ରାସ ପାଇବାରେ ଲାଗିଥିବା ଅନୁମାନ କରାଯାଉଛି। ରବିବାର ମଧ୍ୟାହ୍ନରେ ଏହା ପୁରୀ ଉପକୂଳ ଦେଇ ହୁଏତ ସ୍ଥଳଭାଗରେ ପ୍ରବେଶ କରିବାର ସମ୍ଭାବନା ରହିଛି ଓ ପରବର୍ତ୍ତୀ ସମୟରେ ଏହା ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ମୁହାଁଇପାରେ। ପୁରୀ ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୬୦-୭୦ କିମି ରହିବ ବୋଲି ଆକଳନ କରାଯାଉଛି। ପାଣିପାଗ ବିଭାଗର ଆକଳନ ଅନୁସାରେ, ଗଞ୍ଜାମ, ପୁରୀ, ଜଗତସିଂହପୁର ଏବଂ ଖୋର୍ଦ୍ଧା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି କଟକ ଏବଂ ଭୁବନେଶ୍ୱରରେ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ବାତ୍ୟାରେ ଅତ୍ୟଧିକ ଭିତ୍ତିଭୂମି ନଷ୍ଟ ହେବାର ସମ୍ଭାବନା ନାହିଁ। କିନ୍ତୁ ଉପକୂଳବର୍ତ୍ତୀ ଅଞ୍ଚଳରେ ଚାଷ ପ୍ରଭାବିତ ହୋଇପାରେ। ଧାନ ଏବଂ ପନିପରିବା ଚାଷରେ ଅଧିକ କ୍ଷତି ହୋଇପାରେ। ରବିବାର ସନ୍ଧ୍ୟାରେ ବାତ୍ୟା ଓଡ଼ିଶା ଉପକୂଳ ଅତିକ୍ରମ କରି ମଧ୍ୟରାତ୍ର ପୂର୍ବରୁ ଓଡ଼ିଶାରୁ ଏହା ହଟି ଯାଇଥିବ ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri