Posted inଜାତୀୟ

ରେମାଲର ପ୍ରଭାବ: ପ୍ରବଳ ପବନ ସାଙ୍ଗକୁ ବର୍ଷା, ଉପୁଡ଼ିଲା ବଡ଼ବଡ଼ ଗଛ

କୋଲକାତା,୨୭ା୫: ସାମୁଦ୍ରିକ ଝଡ଼ ରେମାଲ ଲ୍ୟାଣ୍ଡଫଲ୍‌ କରିବା ପରେ କୋଲକାତାରେ ପ୍ରବଳ ବର୍ଷା ଜାରି ରହିଛି। ବର୍ଷା ଯୋଗୁ କୋଲକାତାର ଅନେକ ଅଞ୍ଚଳରେ ଜଳମଗ୍ନ ହୋଇଯାଇଛି। କେବଳ ଏତିକି ନୁହେଁ, ଝଡ଼ତୋଫାନ ଯୋଗୁ ଅନେକ ସ୍ଥାନରେ ବଡ଼ବଡ଼ ଗଛ ଉପୁଡ଼ି ଯାଇଛି। ଏହି କାରଣରୁ ଅନେକ ସ୍ଥାନରେ ରାସ୍ତା ଜାମ ହୋଇଯାଇଛ। ଏନ୍‌ଡିଆର୍‌ଏଫ୍‌ ସମେତ ସମସ୍ତ ଏଜେନ୍ସି ଗଛଗୁଡ଼ିକୁ ହଟାଇବା କାର୍ଯ୍ୟରେ ଲାଗିଛନ୍ତି।

ବିଭିନ୍ନ ଉତ୍ତର-ପୂର୍ବ ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ଅଧିକାରୀ ଏବଂ ସୁରକ୍ଷା ବାହିନୀକୁ ଅଧିକ ସତର୍କ କରାଯାଇଛି। ଭୟଙ୍କର ସାମୁଦ୍ରିିକ ଝଡ଼ ଆସିବା ପୂର୍ବରୁ ଜିଲା ପ୍ରଶାସନକୁ ସତର୍କତାମୂଳକ ପଦକ୍ଷେପ ନେବାକୁ କୁହାଯାଇଛି। ଭାରତ ପାଣିପାଗ ବିଭାଗ (ଆଇଏମ୍‌ଡି)ର ପୂର୍ବାନୁମାନ ଅନୁଯାୟୀ, ଆସାମ, ମେଘାଳୟ, ତ୍ରିପୁରା, ମଣିପୁର ଏବଂ ମିଜୋରାମ ସରକାର ପୃଥକ୍‌ ଉପଦେଷ୍ଟା ଜାରି କରିଛନ୍ତି ଏବଂ ଜାତୀୟ ବିପର୍ଯ୍ୟୟ ମୁକାବିଲା ବଳ, ରାଜ୍ୟ ବିପର୍ଯ୍ୟୟ ମୁକାବିଲା ବଳ, ଜିଲା ପ୍ରଶାସନ ଏବଂ ଅନ୍ୟାନ୍ୟ ସଂପୃକ୍ତ ବିଭାଗକୁ ସର୍ବାଧିକ ସତର୍କ ରହିବାକୁ କହିଛନ୍ତି। ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏଏସ୍‌ଡିଏମ୍‌ଏ) କହିଛି ମେ’ ୨୭ ଏବ୨୮ରେ ଆସାମ ତଥା ଅନ୍ୟ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri