ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ଦକ୍ଷତା ପ୍ରଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୮।୨: ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ(ଓଜିବି) ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଇଣ୍ଡିଆନ ଓଭରସିଜ୍‌ ବ୍ୟାଙ୍କର ଏମ୍‌ଡି ତଥା ସିଇଓ ଅଜୟ କୁମାର ଶ୍ରୀବାସ୍ତବ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲାବେଳେ ଓଜିବିର ଅଧ୍ୟକ୍ଷ ଋଷି ସିଂହଙ୍କ ସମେତ ବ୍ୟାଙ୍କର ସମସ୍ତ କାର୍ଯ୍ୟକର୍ତ୍ତା ସାମିଲଥିଲେ। ଏହି ଅବସରରେ ଶ୍ରୀବାସ୍ତବ ଓଜିବିର ଦକ୍ଷତା ବିକାଶ କେନ୍ଦ୍ର, ପ୍ରଥମ ପ୍ରଶିକ୍ଷଣ ବର୍ଷର ସୂଚୀ ଉନ୍ମୋଚନ ସହିତ ବ୍ୟାଙ୍କର ଦ୍ୱିସ୍ତରୀୟ ବାୟୋମେଟ୍ରିକ୍‌ ପ୍ରମାଣୀକରତାର ମଧ୍ୟ ଶୁଭାରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ଶ୍ରୀବାସ୍ତବ କହିଥିଲେ ବ୍ୟାଙ୍କର ବ୍ୟବସାୟକୁ ଆଗକୁ ବଢ଼ାଇବା ସହିତ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ନିଜର ଦକ୍ଷତା ପ୍ରଦର୍ଶନ କରିବା ପାଇଁ ସେ ସବୁବର୍ଗର ଅଧିକାରୀ ଓ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଏପରିକି ବୈଷୟିକ ଜ୍ଞାନକୌଶଳର ଉନ୍ନତୀକରଣ ଉପରେ ଅଜୟ ଜୋର ଦେବା ସହ ପ୍ରାୟୋଜକ ବ୍ୟାଙ୍କଗୁଡିକ ପକ୍ଷରୁ ସମସ୍ତ ସହଯୋଗ ପ୍ରଦାନ କରିବା ପାଇଁ ଗ୍ରାହକଙ୍କୁ ଆଶ୍ୱସ୍ତ କରାଇଥିଲେ। ଅପରପକ୍ଷରେ ବ୍ୟାଙ୍କ ବିଭିନ୍ନ ସରକାରୀ ଯୋଜନା ଯଥା ପିଏମ୍‌ ସ୍ବନିଧି, ପିଏମ୍‌ ବିଶ୍ୱକର୍ମା, ମୁଦ୍ରା ଯୋଜନାରେ ଋଣ ପ୍ରଦାନ କରିବା ସହିତ ନୂତନ ସଞ୍ଚୟ ଖାତା ଖୋଲିବା ସହ ଜନଧନ, ପିଏମ୍‌ ଏସ୍‌ବିୱାଇ, ପିଏମ୍‌ ଜେଜେବିୱାଇ ଏବଂ ଅଟଳ ପେନ୍‌ସନ ଆଦି ଯୋଜନାରେ ସମସ୍ତ ଓଡ଼ିଶାବାସୀଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ଅଜୟ ବିସ୍ତୃତ ଭାବେ ମତପ୍ରକାଶ କରିଥିଲେ। ସେହିପରି ରାଜ୍ୟରେ ଓଜିବି ଅର୍ଜନ କରିଥିବା ସୁନାମ ପାଇଁ ସେ ପ୍ରଶଂସା ମଧ୍ୟ କରିଥିଲେ। ଉଲ୍ଲେଖଯୋଗ୍ୟ, ଇଣ୍ଡିଆନ ଓଭରସିଜ୍‌ ବ୍ୟାଙ୍କ (ଓଜିବିର ପ୍ରାୟୋଜକ ବ୍ୟାଙ୍କ)ର ଏମ୍‌ଡି ତଥା ସିଇଓ ଅଜୟ କୁମାର ଶ୍ରୀବାସ୍ତବ ନିକଟରେ ଓଡ଼ିଶା ଆସିଥିଲେ। ଏହି ଗସ୍ତସୂଚୀ ଅନୁଯାୟୀ ସେ ଭୁବନେଶ୍ୱରର ଗଣ୍ଡମୁଣ୍ଡାସ୍ଥିତ ଓଜିବିର ମୁଖ୍ୟ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri