କୋର୍ଟ କାର୍ଯ୍ୟ ସ୍ବାଭାବିକ ପାଇଁ ପ୍ରୟାସ

ସମ୍ବଲପୁର,୧୭ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ଘଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିକ୍ରିୟା ଦିଆଯାଇଛି। ଏଥିରେ କେନ୍ଦ୍ର ଉପରେ ଦୋଷ ଲଦି ନିଜେ ବଞ୍ଚିଯିବାକୁ ପ୍ରୟାସ କରାଯାଉଥିବା ସ୍ପଷ୍ଟ ହେଉଛି ବୋଲି ଐତିହାସିକ ଦୀପକ ପଣ୍ଡା କହିଛନ୍ତି। ସେ ଅଭିଯୋଗ କରିଛନ୍ତି, ହାଇକୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ପାଇଁ ନିୟମ ଓ ସର୍ତ୍ତାବଳୀ ରହିଛି। ନୂତନ ରାଜ୍ୟ ହେବା ସ୍ଥିତିରେ କେବଳ କେନ୍ଦ୍ର ସରକାର ସ୍ବୟଂ ଏକତରଫା ଭାବେ ବିଲ ଆଣି ହାଇକୋର୍ଟ କରିପାରିବେ। ସଂଘୀୟ ବ୍ୟବସ୍ଥା ମଧ୍ୟରେ ରାଜ୍ୟ ସରକାର ହିଁ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସହ ବିଚାରବିମର୍ଷ କରି ସ୍ଥାନ, ଭିତ୍ତିଭୂମି, ଅର୍ଥ ବ୍ୟବସ୍ଥା ସୂଚାଇ ସ୍ବୟଂସମ୍ପୂର୍ଣ୍ଣ ପ୍ରସ୍ତାବ ପଠାଇଲା ପରେ କେନ୍ଦ୍ର ସରକାର ପଦକ୍ଷେପ ନେଇପାରିବେ। ଦେଶସାରା ସ୍ଥାୟୀ ବେଞ୍ଚ ସ୍ଥାପନର ଧାରାକୁ ଅନୁଧ୍ୟାନ କଲେ ଏହା ସ୍ପଷ୍ଟ ହୋଇଯାଉଛି। ମଦୁରାଇରେ ବେଞ୍ଚ ସ୍ଥାପନ ହେବା ଘଟଣାକୁ ଉଦାହରଣ ଭାବେ ନିଆଯାଇପାରେ। କେନ୍ଦ୍ର ସରକାର ହାଇକୋର୍ଟ ବେଞ୍ଚ ସ୍ଥାପନ କରିପାରିବେ କହିବା ଦାୟିତ୍ୱହୀନତା, ସତ୍ୟର ଅପଳାପ ଅଟେ। ଦଶନ୍ଧି ଦଶନ୍ଧି ଧରି ଆନ୍ଦୋଳନ ଚାଲିଥିବା ଅବସ୍ଥାରେ ସାମ୍ବିଧାନିକ ବ୍ୟବସ୍ଥା, ପ୍ରଣାଳୀ ବାବଦରେ ସଚେତନ ଲୋକଙ୍କୁ ଠକିହେବ ନାହିଁ। ସମ୍ବଲପୁରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚର ପ୍ରକୃତ ତଥ୍ୟ ମୁଖ୍ୟମନ୍ତ୍ରୀ ସୁପ୍ରିମକୋର୍ଟରେ ଉପସ୍ଥାପନ କରନ୍ତୁ ବୋଲି ପଣ୍ଡା ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪: ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା ସୃଷ୍ଟି...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪: ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri