Posted inକଟକ

‘ମନର ଶୁଦ୍ଧିକରଣ ଦିଗରେ ପ୍ରୟାସ ଜରୁରୀ’

କଟକ,୩୧ା୧୨: ଦୀର୍ଘ ୨୩ ବର୍ଷ ହେଲା ପ୍ରକାଶିତ ହୋଇ ଆସୁଥିବା ଧର୍ମ, ତତ୍ତ୍ୱ, ଜ୍ଞାନ, ଜ୍ୟୋତିଷ, ସମ୍ବାଦ ଓ ସଂସ୍କାରମୂଳକ ଲୋକପ୍ରିୟ ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ ’ର ଜାନୁୟାରୀ ସଂଖ୍ୟା ଏକକ ଅତିଥି ବୌଦ୍ଧ ଦର୍ଶନର ମହାନ ସନ୍ନ୍ୟାସୀ ତଥା ପ୍ରଜ୍ଞା ଫାଉଣ୍ଡେଶନର ଅଧ୍ୟକ୍ଷ ଶ୍ରୀ ଆନନ୍ଦ ବୋଧି ଜୀଙ୍କ ଦ୍ୱାରା ଲୋକାର୍ପିତ ହୋଇଯାଇଛି। ସଦର ଥାନା ଅଧୀନ ବଡ଼ ଝରିଲୋ ଗ୍ରାମରେ ଥିବା ବୌଦ୍ଧ ସାଧନା ପୀଠ ମୈତ୍ରୀ ବିହାର ପରିସରରେ ଅନୁଷ୍ଠିତ ଏହି ପତ୍ରିକା ଉନ୍ମୋଚନ ଅବସରରେ ସ୍ବାମୀଜୀ ମନ ଉପରେ ଗୁରୁତ୍ୱ ଦେଇ ଏହାର ଶୁଦ୍ଧିକରଣ ଦିଗରେ ପ୍ରୟାସ ଆରମ୍ଭ କରାଯିବା ଉଚିତ ବୋଲି କହିବା ସହ ପ୍ରତ୍ୟହ ଧ୍ୟାନ କରିବା ପାଇଁ ଉପଦେଶ ଦେଇଥିଲେ। ପତ୍ରିକାର ସମ୍ପାଦକ ଶ୍ରୀସନ୍ନ୍ୟାସୀ ଜୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ବିଶିଷ୍ଟ ଶିକ୍ଷାବିତ ଡଃ ଶରତ କୁମାର ରଥ, ଓଡ଼ିଶା ସାମ୍ବାଦିକ ସଂଘର କଟକ ଜିଲା ସଭାପତି ସାମ୍ବାଦିକ ରମେଶ ଚନ୍ଦ୍ର ପ୍ରଧାନ, ବୁଦ୍ଧ ଅନୁଗାମୀ ରଜନୀକାନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ପରିଚାଳନା ସମ୍ପାଦକ ଇଂ. ବିପ୍ଳବ ଦାସ କୃତଜ୍ଞତା ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୧୬ା୩(ସୁନିତ୍‌ ମିଶ୍ର): କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଉପାସନାଙ୍କ ଭୋଟ୍‌ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…

ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

କାନ୍ଦବୋବାଳିରେ ଫାଟିପଡ଼ୁଛି SCB ପରିସର: ରୋଗୀଙ୍କୁ ଖୋଜୁଛନ୍ତି ସମ୍ପର୍କୀୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

SCB ଅଗ୍ନିକାଣ୍ଡ: ମୃତକଙ୍କ ମିଳିଲା ପରିଚୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି ଅଗ୍ନିକାଣ୍ଡରେ ୧୦…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri