‘ପ୍ରୟାସ ପ୍ରଶଂସନୀୟ’

ରାସୋଳ, ୧୫।୪(ଡି.ଏନ୍‌.ଏ.) କଳା, ସଂସ୍କୃତିର ମାଟି ହେଉଛି ଢେଙ୍କାନାଳ। ଲୋକକଳା, ଲୋକନୃତ୍ୟକୁ ବଞ୍ଚାଇ ରଖିବାରେ ଏହି ଜିଲାର କଳାକାରମାନେ ଅହରହ ଉଦ୍ୟମ କରି ଆସୁଛନ୍ତି। ପୁରାତନ ପରମ୍ପରାକୁ ବଞ୍ଚାଇବାରେ ଏଭଳି ପ୍ରୟାସ ପ୍ରଶଂସନୀୟ ବୋଲି ୧୭ତମ ‘ରାସୋଳ ମହୋତ୍ସବ’ରେ ଯୋଗଦେଇଥିବା ଅତିଥିମାନେ କହିଛନ୍ତି। କୋଭିଡ୍‌ ମହାମାରୀ ପାଇଁ ୨ବର୍ଷ ଧରି ବନ୍ଦ ରହିବା ପରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ଏହି ମହୋତ୍ସବକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଛି। ପ୍ରଥମ ସନ୍ଧ୍ୟାରୁ କଳାକାରଙ୍କ ଚିତ୍ତାକର୍ଷକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଦେଖିବାକୁ ପ୍ରବଳ ଜନସମାଗମ ହେଉଛି।
ରାସୋଳ ମହୋତ୍ସବ ସମିତି ଦ୍ୱାରା ସ୍ଥାନୀୟ ଖେଳପଡ଼ିଆରେ ୩ଦିନ ଧରି ଆୟୋଜିତ ହେଉଛି ଏହି ମହୋତ୍ସବ। ଏଥିଲାଗି ବ୍ୟାପକ ଆୟୋଜନ କରାଯାଇଛି। ୧୭ ତାରିଖରେ ଏହାର ଉଦ୍‌ଯାପନୀ ସମାରୋହ ରହିଛି। ଉଦ୍‌ଘାଟନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ବିଧାୟକ ସୁଧୀର ସାମଲ, ମୁଖ୍ୟବକ୍ତା ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଉଦ୍‌ଘାଟକ ତଥା ବିଶିଷ୍ଟ ଅତିଥି ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ସମ୍ମାନିତ ଅତିଥି ଭାବେ ବିଜେଡି ରାଜ୍ୟ ପରିଷଦ ସଭ୍ୟା ନମିତା ନାୟକ ପ୍ରମୁଖ ମଞ୍ଚାସୀନ ରହି ଜିଲାର ଗଡ଼ଜାତ ଆନ୍ଦୋଳନ, କଳାସଂସ୍କୃତିର ସମୃଦ୍ଧ ପରମ୍ପରା ସମ୍ପର୍କରେ ମତ ରଖିଥିଲେ। ଏହି ଉପଲକ୍ଷେ ଅତିଥିମାନଙ୍କ ଦ୍ୱାରା ସ୍ମରଣିକା ‘ଶ୍ୱେତପଦ୍ମା’ ଉନ୍ମୋଚିତ ହୋଇଥିଲା।
ମହୋତ୍ସବ ଉପଲକ୍ଷେ ଗ୍ରାମର ମାନସିକଧାରୀ ଦଣ୍ଡୁଆମାନେ ଦକ୍ଷିଣକାଳୀ ମନ୍ଦିର ନିକଟରେ ଝାମୁ ନିଅଁାରେ ଚାଲି ମା’ଙ୍କ ଆଶିଷ ଭିକ୍ଷା କରିଥିଲେ। ଠାକୁରାଣୀଙ୍କ ଚଳନ୍ତି ପ୍ରତିମାକୁ ଏକ ବିଶାଳ ଶୋଭାଯାତ୍ରାରେ ନଗର ପରିକ୍ରମା କରାଯିବାପରେ ମହୋତ୍ସବ ମଞ୍ଚକୁ ଅଣାଯାଇଥିଲା। ସେଠାରେ ଦଣ୍ଡୁଆମାନେ ପାରମ୍ପରିକ ଦଣ୍ଡନୃତ୍ୟ ପରିବେଷଣ କରିଥିଲେ। ସନ୍ଧ୍ୟାରେ ଅନୁଷ୍ଠିତ ପାଇକ ଆଖଡ଼ା ଦେଖିବାକୁ ବହୁ ଦର୍ଶକଙ୍କ ସମାଗମ ହୋଇଥିଲା। ପରେ ପାଇକମାନେ ସ୍ଥାନୀୟ ଡାକବଙ୍ଗଳା ପରିସରରୁ ଅତିଥିମାନଙ୍କୁ ପାଛୋଟି ନେଇଥିଲେ। ଏହାପରେ ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଥିଲା। ମହୋତ୍ସବ କମିଟି ସଭାପତି ତଥା ପୂର୍ବତନ ବିଧାୟକ ମହେଶ୍ୱର ନାଏକ, ଭାସ୍କର ଚନ୍ଦ୍ର ନାୟକ, ପଠାଣି ନାୟକ, ରମେଶ ଚନ୍ଦ୍ର ସାହୁ ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ଥାନାଧିକାରୀ ବିଜୟ କୁମାର ହାଇବ୍ରୁଙ୍କ ନେତୃତ୍ୱରେ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri