‘ଅଭିଯୁକ୍ତଙ୍କୁ ଖସାଇବାକୁ ଚାଲିଛି ଉଦ୍ୟମ’

ଖଇରା, ୨୫।୭(ଡି.ଏନ.ଏ.): ସମୟ ଯେତେ ଗଡୁଛି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଉପରୁ ପରଦା ହଟିବା ଆଶା କ୍ଷୀଣ ହେବାରେ ଲାଗିଛି। ବିଶେଷ କରି ଗଜପତି ଏସ୍‌ପି ତପନ କୁମାର ପଟ୍ଟନାୟକ ସିଡିଆର ଯାଞ୍ଚ ପରେ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କର ବିଦ୍ୟାଭାରତୀଙ୍କ ସହ କୌଣସି ସମ୍ପର୍କ ନ ଥିବା କଥା ଗଣମାଧ୍ୟମ ଆଗରେ ପ୍ରକାଶ କରିବା ପରେ ସୌମ୍ୟଙ୍କ ପରିବାର ପକ୍ଷରୁ ପୋଲିସ ତଦନ୍ତ ଉପରେ ସନ୍ଦେହ ପ୍ରକାଶ କରାଯାଇଛି। ବାପା ଅଭିରାମ ମହାପାତ୍ରଙ୍କ କହିବା ଅନୁଯାୟୀ ଘଟଣାର ୧୧ଦିନ ପରେ ପୋଲିସ ଡିଏଫ୍‌ଓଙ୍କୁ ଜେରା କରିଥିଲା। ଏତଲାରେ ସେ ମୁଖ୍ୟ ଅଭିଯୁକ୍ତ ଥିବା ବେଳେ ତାଙ୍କୁ ପ୍ରମାଣ ନଷ୍ଟ କରିବାକୁ ସମୟ ଦିଆଗଲା । ସେହିଭଳି ପୁଣି ଥରେ ବିଦ୍ୟାଭାରତୀଙ୍କୁ ପଚରାଉଚୁରା ପାଇଁ ତାଙ୍କ ଘର କପ୍ତିପଦା ଗୌଡଗାଁକୁ ଆସୁଥିବା କୁହାଯାଉଛି। ତାଙ୍କୁ ଖଲାସ ପାଇଁ ମଧ୍ୟ ଷଡଯନ୍ତ୍ର କରାଯାଉଛି। ଏହାଛଡା ଆମ୍ବଲାନ୍ସ ଅଟକାଇଥିବା ଗୁରାଣ୍ଡି ଓଆଇସି ମମତା ପଣ୍ଡା, ରୋଷେୟା ମନ୍ମଥ କମ୍ବୁଙ୍କୁ ମଧ୍ୟ ଠିକ୍‌ ଭାବେ ଜେରା କରାଗଲା ନାହିଁ । ସମସ୍ତ ଘଟଣାକୁ ଦେଖିଲେ ଅଭିଯୁକ୍ତଙ୍କୁ ଖସାଇବାକୁ ପୋଲିସ ସେମାନଙ୍କ ହାତ ମିଳାଇଥିବା ନେଇ ସେ ସିଧାସଳଖ ଅଭିଯୋଗ ଆଣିଛନ୍ତି । ଏମିତିକି କେତେଶୀଘ୍ର ବିଦ୍ୟାଭାରତୀଙ୍କୁ ଫ୍ୟାମିଲି ପେନସନ ମିଳିପାରିବ ତାର ବ୍ୟବସ୍ଥା ପୋଲିସ କରୁ ବୋଲି ସେ ଆରୋପ ଲଗାଇଛନ୍ତି। ଯଦି ନ୍ୟାୟ ନ ମିଳେ ତେବେ ହାଇକୋର୍ଟ ଓ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯିବେ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?