Posted inଜାତୀୟ

ଦେଶରେ କଳା ଯାଦୁ ବିସ୍ତାର ପାଇଁ ଚାଲିଛି ପ୍ରୟାସ:ମୋଦି

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ହରିୟାଣାର ପାନିପତ ଠାରେ ୯୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଦ୍ୱିତୀୟ ପିଢି ଇଥାନଲ କାରଖାନାକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। ଏହି ଅବସରରେ ସେ କଂଗ୍ରେସ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଆମ ଦେଶରେ କିଛି ଲୋକ ନକାରାତ୍ମକତାର ଘୂର୍ଣ୍ଣିବଳୟରେ ଫସି ରହି ନିରାଶାରେ ବୁଡି ରହିଛନ୍ତି। ସରକାରଙ୍କ ବିରୋଧରେ ମିଥ୍ୟା ପ୍ରଚାର କରିବା ସତ୍ତ୍ୱେ ଜନତା ସେମାନଙ୍କ ଉପରେ ଆଉ ବିଶ୍ୱାସ କରିବାକୁ ପ୍ରସ୍ତୁତ ନାହାନ୍ତି। ହତାଶାରେ ଏଭଳି ଲୋକମାନେ ବର୍ତ୍ତମାନ କଳା ଯାଦୁ ଆଡକୁ ମୁହାଁଇଥିବାର ମଧ୍ୟ ନଜର ଆସିଛନ୍ତି। ଅଗଷ୍ଟ ୫ରେ ଆମେ ଦେଖିଛୁ କିପରି କଳା ଯାଦୁ ବିସ୍ତାର କରିବାର ପ୍ରୟାସ କରାଯାଇଥିଲା। ଏମାନେ ଭାବନ୍ତି, କଳା ପୋଷାକ ପିନ୍ଧିଲେ ସେମାନଙ୍କର ନିରାଶାର ଅବଧି ଶେଷ ହେବ। କଳା ଯାଦୁ କିମ୍ବା ଅନ୍ଧବିଶ୍ୱାସ ବିଶ୍ୱାସ ଜରିଆରେ ଜନସାଧାରଣଙ୍କ ବିଶ୍ୱାସ ଆଉ ହାତେଇ ହେବ ନାହିଁ, ତାହା ସେମାନେ ଜାଣନ୍ତି ନାହିଁ।
ସୂଚନାଯୋଗ୍ୟ, ଅଗଷ୍ଟ ୫ରେ କଂଗ୍ରେସ ମୁଦ୍ରାସ୍ଫୀତି ବିରୋଧରେ ପ୍ରଦର୍ଶନ କରିଥିଲା। ଏହି ସମୟରେ କଂଗ୍ରେସ ନେତାମାନେ କଳା ପୋଷାକ ପିନ୍ଧିଥିଲେ। ଦିଲ୍ଲୀର ସଂସଦ ନିକଟରେ ବିରୋଧ କରୁଥିବା କଂଗ୍ରେସ ନେତାମାନଙ୍କୁ ପୋଲିସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri