ବିଧାନସଭାରେ ପଶିବାକୁ କନିଷ୍ଠ ଶିକ୍ଷକଙ୍କ ଉଦ୍ୟମ

ଭୁବନେଶ୍ୱର, ୧୬ା୧୧(ବ୍ୟୁରୋ): ବିଭିନ୍ନ ଦାବି ନେଇ କନିଷ୍ଠ ଶିକ୍ଷକମାନେ ୯ ତାରିଖରୁ ଲୋୟର ପିଏମ୍‌ଜିରେ ଧାରଣାରେ ବସିଛନ୍ତି। ଦୀର୍ଘଦିନ ଆମରଣ ଅନଶନରେ ବସିଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆ ନ ଯିବାରୁ ସୋମବାର ବିଧାନସଭାକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ହଜାର ହଜାର ସଂଖ୍ୟାରେ କନିଷ୍ଠ ଶିକ୍ଷକ ଧାରଣାସ୍ଥଳରୁ ବିକ୍ଷୋଭ ପ୍ରଦର୍ଶନ କରି ବିଧାନସଭା ଅଭିମୁଖେ ଯାଇଥିଲେ। ବାଟରେ ପୋଲିସ ଅଟକାଇବାରୁ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସକୁ ଚକ୍‌ମା ଦେଖାଇ କେତେଜଣ ଶିକ୍ଷକ ଲୋୟର ପିଏମ୍‌ଜି ପାର୍‌ ହୋଇ ବିଧାନସଭା ଗେଟ୍‌ ନଂ. ୩ ନିକଟରେ ପହଞ୍ଚତ୍ ଧାରଣାରେ ବସିଥିଲେ। ପରେ ସେମାନେ ଗେଟ୍‌କୁ ଠେଲି ଭିତରକୁ ପ୍ରବେଶ ପାଇଁ ଉଦ୍ୟମ କରୁଥିବାବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା। ଘଟଣାସ୍ଥଳରୁ ୧୦ରୁ ୧୨ଜଣଙ୍କୁ ପୋଲିସ ଉଠାଇନେବା ସହ ସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ତେବେ ଏଥିପାଇଁ ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସକୁ ନାକେଦମ୍‌ ହେବାକୁ ପଡିଥିଲା।
ସୂଚନାଯୋଗ୍ୟ, ତୁରନ୍ତ କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ କରିବା ସହ ନିଯୁକ୍ତିର ସର୍ବୋଚ୍ଚ ବୟସସୀମା ୩୨ରୁ ୪୨ବର୍ଷକୁ ବୃଦ୍ଧ କରିବା ପାଇଁ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ ପକ୍ଷରୁ ଦାବି କରାଯାଇଛି। ଏହି ଦାବି ପୂରଣ ପାଇଁ ସଂଘ ପକ୍ଷରୁ ଗତ ୯ ତାରିଖରୁ ଆମରଣ ଅନଶନ ଚାଲିଛି। ସରକାରଙ୍କ ଲିଖିତ ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ଏହି ଅନଶନ ଜାରି ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri