ବିଧାନସଭାରେ ପଶିବାକୁ କନିଷ୍ଠ ଶିକ୍ଷକଙ୍କ ଉଦ୍ୟମ

ଭୁବନେଶ୍ୱର, ୧୬ା୧୧(ବ୍ୟୁରୋ): ବିଭିନ୍ନ ଦାବି ନେଇ କନିଷ୍ଠ ଶିକ୍ଷକମାନେ ୯ ତାରିଖରୁ ଲୋୟର ପିଏମ୍‌ଜିରେ ଧାରଣାରେ ବସିଛନ୍ତି। ଦୀର୍ଘଦିନ ଆମରଣ ଅନଶନରେ ବସିଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆ ନ ଯିବାରୁ ସୋମବାର ବିଧାନସଭାକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ହଜାର ହଜାର ସଂଖ୍ୟାରେ କନିଷ୍ଠ ଶିକ୍ଷକ ଧାରଣାସ୍ଥଳରୁ ବିକ୍ଷୋଭ ପ୍ରଦର୍ଶନ କରି ବିଧାନସଭା ଅଭିମୁଖେ ଯାଇଥିଲେ। ବାଟରେ ପୋଲିସ ଅଟକାଇବାରୁ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସକୁ ଚକ୍‌ମା ଦେଖାଇ କେତେଜଣ ଶିକ୍ଷକ ଲୋୟର ପିଏମ୍‌ଜି ପାର୍‌ ହୋଇ ବିଧାନସଭା ଗେଟ୍‌ ନଂ. ୩ ନିକଟରେ ପହଞ୍ଚତ୍ ଧାରଣାରେ ବସିଥିଲେ। ପରେ ସେମାନେ ଗେଟ୍‌କୁ ଠେଲି ଭିତରକୁ ପ୍ରବେଶ ପାଇଁ ଉଦ୍ୟମ କରୁଥିବାବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା। ଘଟଣାସ୍ଥଳରୁ ୧୦ରୁ ୧୨ଜଣଙ୍କୁ ପୋଲିସ ଉଠାଇନେବା ସହ ସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ତେବେ ଏଥିପାଇଁ ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସକୁ ନାକେଦମ୍‌ ହେବାକୁ ପଡିଥିଲା।
ସୂଚନାଯୋଗ୍ୟ, ତୁରନ୍ତ କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ କରିବା ସହ ନିଯୁକ୍ତିର ସର୍ବୋଚ୍ଚ ବୟସସୀମା ୩୨ରୁ ୪୨ବର୍ଷକୁ ବୃଦ୍ଧ କରିବା ପାଇଁ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ ପକ୍ଷରୁ ଦାବି କରାଯାଇଛି। ଏହି ଦାବି ପୂରଣ ପାଇଁ ସଂଘ ପକ୍ଷରୁ ଗତ ୯ ତାରିଖରୁ ଆମରଣ ଅନଶନ ଚାଲିଛି। ସରକାରଙ୍କ ଲିଖିତ ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ଏହି ଅନଶନ ଜାରି ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri