‘ନିଷ୍ଠାପର ଚେଷ୍ଟା କେବେ ବିଫଳ ହୁଏ ନାହିଁ’

ଆର୍‌.ଉଦୟଗିରି,୩ା୫(ମନୋଜ କୁମାର ପାଢ଼ୀ): ଗଜପତି ଜିଲା ଆର୍‌.ଉଦୟଗିରି ବ୍ଲକ ଅନ୍ତର୍ଗତ କେ. ଏମ. ଭାଲିଆସାହି ପି ଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଅପୂର୍ବ ସଫଳତା ହାସଲ କରିଛି। ନିଷ୍ଠାପର ଚେଷ୍ଟା କେବେ ବିଫଳ ହୁଏ ନାହିଁ। ଏହା ପ୍ରମାଣିତ କରି ଦେଖାଇଛନ୍ତି ବିଦ୍ୟାଳୟର ଛାତ୍ରୀଛାତ୍ର ଏବଂ ଶିକ୍ଷୟିତ୍ରୀଶିକ୍ଷକ। ଯାହାକି ଚଳିତ ଶିକ୍ଷାବର୍ଷରେ ଉକ୍ତ ବିଦ୍ୟାଳୟରୁ ୫୬ ଜଣ ହାଇସ୍କୁଲ ବୋର୍ଡ ପରୀକ୍ଷା ଦେଇ ଶତ ପ୍ରତିଶତ ସଫଳତା ଲାଭ କରି ବିଦ୍ୟାଳୟର ସୁନାମକୁ ବହୁଗୁଣିତ କରିଛନ୍ତି। ସେଥି ମଧ୍ୟରୁ ତିନିଜଣ A-1 ପାଇ ଜିଲାର ଗୌରବକୁ ବଢ଼ାଇଛନ୍ତି। ଅନିତା ଦଳାଇ(A-1) ୫୪୪ , ଚନ୍ଦ୍ରଶେଖର ଦଳାଇ (A-1) ୫୪୩, ହିରବତୀ ରଇତ (A-1)-୫୪୧ ରଖିଥିବା ବେଳେ (A-2)- ୧୫ ଜଣ,(B-1)- ୨୭ ଜଣ,(B-2)- ୭ ଜଣ, ଏବଂ C- 4 ଜଣ ସଫଳତା ହାସଲ କରିଛନ୍ତି। ଏହି ସଫଳତା ପାଇଁ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରହ୍ଲାଦ ଶିଅଳ ଏବଂ ପୂର୍ବତନ ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ଦଳବେହେରାଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ବାର୍ତ୍ତା ଜ୍ଞାପନ କରାଯାଇଛି। ଏହି ସଫଳତା ପଛରେ ଜିଲା ଶିକ୍ଷାଧିକାରୀ ଡ. ମାୟାଧର ସାହୁ, ଜିଲା ବିଜ୍ଞାନ ନିରୀକ୍ଷକ ଏ ରବି ଆମ୍ପୂଲ, ରା.ଉଦୟଗିରି ଗୋଷ୍ଠୀ ଶିକ୍ଷାଧିକାରୀ ବୀରେନ୍ଦ୍ର ମଣ୍ଡଳ ଏବଂ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ, ଯୁଧିଷ୍ଠିର ବେହେରାଙ୍କର ବଳିଷ୍ଠ ଭୂମିକା ରହିଛି ବୋଲି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମତବ୍ୟକ୍ତ କରିଛନ୍ତି। ଏହା ସହିତ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକ ଏବଂ ସମସ୍ତ କୃତୀ ଛାତ୍ରୀଛାତ୍ରଙ୍କୁ ଅଶେଷ ସାଧୁବାଦ ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri