ଛାତ୍ରୀଛାତ୍ରଙ୍କ ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): ଛାତ୍ରୀଛାତ୍ରଙ୍କ ଶିକ୍ଷାର ବିକାଶ ସହ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ସରକାରୀ ସ୍ତରରେ ପଦକ୍ଷେପ ନିଆଯାଉଛି । ଏଥିପାଇଁ ପ୍ରତିବର୍ଷ ବିଭିନ୍ନ ପ୍ରତିଯୋଗିତା ମାଧ୍ୟମରେ ପ୍ରୟାସ କରାଯାଉଛି । ଏଥିରେ ଛାତ୍ରୀଛାତ୍ରଙ୍କ ରଚନା ଲିଖନଠାରୁ ଆରମ୍ଭ କରି ଚିତ୍ରାଙ୍କନ, ଆର୍ଟ ଆଣ୍ଡ୍‌ କ୍ରାଫ୍ଟସ୍‌, ସଙ୍ଗୀତ, ନୃତ୍ୟ ମାଧ୍ୟମରେ ବିକାଶ କରାଯାଉଛି।

କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର କ୍ଲଷ୍ଟର ସ୍ତରୀୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କ୍ଲଷ୍ଟର ସ୍ତରୀୟ କାର୍ଯ୍ୟକ୍ରମ ‘ସୁରଭି’ରେ ଚିତ୍ରାଙ୍କନ, ସଙ୍ଗୀତ, ନୃତ୍ୟ, ବତ୍କୃତା, ଲିଖନ, କୁଇଜ, ଆର୍ଟ ଆଣ୍ଡ୍‌ କ୍ରାଫ୍ଟ ଆଦି ପ୍ରତିଯୋଗିତା ହୋଇଥିଲା। ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରୀଛାତ୍ରଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ମୁଖ୍ୟ ଅତିଥିଭାବେ ସିମନବାଡ଼ି ପଞ୍ଚାୟତ ସରପଞ୍ଚ ଅମିତା ପ୍ରଧାନ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ନୃତ୍ୟରେ ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀମାନେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦ୍ୱିତୀୟ ସ୍ଥାନରେ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଏବଂ ତୃତୀୟ ସ୍ଥାନ ଅଧିଗ୍ରହଣ କରିଛନ୍ତି। ସିମନବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି। ଯେଉଁ ଦଳ ପ୍ରଥମ ସ୍ଥାନ ଅଧିଗ୍ରହଣ କରିଛନ୍ତି, ସେହି ଛାତ୍ରୀଛାତ୍ରଙ୍କୁ ବ୍ଲକ ସ୍ତରୀୟ ସୁରଭି ପ୍ରତିଯୋଗିତା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ବୋଲି ସିମନବାଡ଼ି ସିଆରସିସି ବନ୍ଧୁରଜ ଉଠାଣ ସିଂ କହିଛନ୍ତି। କାର୍ଯ୍ୟକ୍ରମରେ ସିମନବାଡ଼ି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶିଶିର ପଟ୍ଟନାୟକଙ୍କ ସମେତ ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଦେଶୀ ନାୟକ, ସୁଜାମାଜୁର ଶ୍ରୀପତି ନାୟକ,ଲୋକନାଥ ମାଝୀ, ବିଶ୍ୱଜିତ ଚୌଧରୀ,ଆନନ୍ଦ ଦାସ, ଦେବାନନ୍ଦ ନାୟକ, ସନ୍ତୋଷ ବିସି ମାଝି, ନୀତେନ ପ୍ରଧାନ, ମୁରାରୀ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ଛାତ୍ରୀଛାତ୍ରଙ୍କ ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବା ସେମାନଙ୍କ ଦକ୍ଷତା ବୃଦ୍ଧି କରିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମ କରାଯାଉଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri