ପ୍ରତ୍ୟେକ ଘରେ ଶ୍ରୀଅରବିନ୍ଦଙ୍କ ବାଣୀ ପହଞ୍ଚାଇବା ପାଇଁ ପ୍ରୟାସ

ଭଞ୍ଜନଗର,୧୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଶ୍ରୀଅରବିନ୍ଦ ଶକ୍ତିପୀଠ ପରିସରରେ ରବିବାର ଆସ୍ପୃହା ମଣ୍ଡଳ ଅଧୀନରେ ଆସୁଥିବା ଗଞ୍ଜାମ, କନ୍ଧମାଳ ଓ ଗଜପତି ଜିଲା ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷ, ସମ୍ପାଦକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ନୂଆ ଶିକ୍ଷାନୀତି ଉପରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା ହୋଇଥିଲା। ଏଥିସହ ଆମ ବିଜ୍ଞାନ, ଆମ ପ୍ରକଳ୍ପ ମେଳା ବୁଗୁଡ଼ାରେ ଆସନ୍ତା ସେପ୍ଟେମ୍ବର ୧୩, ୧୪ରେ ହେବ। ଜୁଲାଇ ୨୯ରେ ସାଧକ ସାଧିକା ସମ୍ମିଳନୀ ବ୍ରହ୍ମପୁରରେ ହେବ। ଏଥିସହ ଆଗାମୀ ଦିନରେ ଶ୍ରୀଆରବିନ୍ଦଙ୍କ ବାଣୀ ସମସ୍ତ ଘରେ ପହଞ୍ଚାଇବା ଉପରେ ଆଲୋଚନା ହୋଇଥିଲା। ଜିଲା ସଂଗଠକ ଶଶଧର ବେହେରା, ଲକ୍ଷ୍ମୀଧର ଦାସ, ଡାଲିଯୋଡ଼ା ଆଶ୍ରମ ସାଧକ ପ୍ରଭାତ କୁମାର ନାୟକ ଅତିଥି ଭାବେ ଯୋଗଦେଇ ନିଜର ମତ ରଖିଥିଲେ।
ସୁଶାନ୍ତ ଲେଙ୍କା ବିବରଣୀ ପାଠ କରିଥିଲେ। ଜଗନ୍ନାଥପ୍ରସାଦ ଶିକ୍ଷାକେନ୍ଦ୍ର ସମ୍ପାଦକ ମହେନ୍ଦ୍ର କୁମାର ପଣ୍ଡା, ବିଦେଶୀ ସାହୁ, ରମେଶ ବେହେରା, ରାମକୃଷ୍ଟ ପାତ୍ର , ବିଡ଼ିପୂର ସମ୍ପାଦିକା ରଶ୍ମିତା ସାହୁ ପ୍ରମୁଖ ଯୋଗ ଦେଇଥିଲେ। ମାତୃ ସଙ୍ଗୀତ ଜ୍ୟୋତିର୍ମୟୀ ପ୍ରଧାନ ଗାନ କରିଥିଲେ। ରତ୍ନମଞ୍ଜରୀ ପଣ୍ଡା, ପ୍ରତିମା ମହାରଣା, ସୁନନ୍ଦା ବେହେରା, ସୁଷମା ପଣ୍ଡା, ସ୍ବପ୍ନା ପ୍ରଧାନ, ସବିତା ଦାସ, ସୁଚିତ୍ରା ବେହେରା ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ। ସଭା ପ୍ରାରମ୍ଭରେ ଆଶ୍ରମର ପୂର୍ବତନ ଟ୍ରଷ୍ଟି ରଘୁନାଥ ପଣ୍ଡାଙ୍କ ବିୟୋଗରେ ଏକ ମିନିଟ୍‌ ନୀରବ ପ୍ରାର୍ଥନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?