ଅନୁକୂଳ ପରିବେଶ ସୃଷ୍ଟି କରିବାକୁ ପ୍ରୟାସ

ଭୁବନେଶ୍ୱର, ୧୫।୧୧: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ସଫଳତା ମିଳିଥିବାବେଳେ କ୍ରିସିଲ ରେଟିଂଠାରୁ ଏକ ରେଟିଂ ଅପ୍‌ଗ୍ରେଡ୍‌ ମିଳିଛି। ଏପରିକି ଜେଏସ୍‌ଏଲ୍‌ର ଦୀର୍ଘକାଳୀନ ବ୍ୟାଙ୍କ ସୁବିଧା ଏବଂ ଋଣ ପ୍ରୋଗ୍ରାମକୁ କ୍ରିସିଲ ଏଏ-ପଜିଟିଭ୍‌ରୁ କ୍ରିସିଲ ଏଏ-ଷ୍ଟେବଲକୁ ସଂଶୋଧନ ସହ କମ୍ପାନୀର ସ୍ବଳ୍ପ ମିଆଦୀ ବ୍ୟାଙ୍କ ସୁବିଧା କ୍ରିସିଲ ଏ୧+ରେ ପୁନଃ ପ୍ରମାଣିତ ହୋଇଛି।
ଏ ସମ୍ପର୍କରେ ଜିନ୍ଦଲ ଷ୍ଟେନ୍‌ଲେସ୍‌ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, ନବୀକରଣ ହୋଇଥିବା ମୂଲ୍ୟାୟନ ସାମଗ୍ରିକ ତଥା ସ୍ଥିର ଅଭିବୃଦ୍ଧି ପାଇଁ ଆମର ପ୍ରତିବଦ୍ଧତାକୁ ସୂଚିତ କରିଛି। ଏପରିକି ଆମର ଶକ୍ତିଶାଳୀ ଉତ୍ପାଦ ପୋର୍ଟଫୋଲିଓ, ବ୍ୟାପକ ବଜାର ଉପସ୍ଥିତି ଏବଂ କାର୍ଯ୍ୟଶୈଳୀରେ ନମନୀୟତା ଆମକୁ ଏକ ପ୍ରତିଯୋଗିତାମୂଳକ ବଜାରର ପରିଚିତ କରାଇଛି। ବିଶେଷକରି ବିଭିନ୍ନ ବିଭାଗର ଆବଶ୍ୟକତା ପୂରଣ କରିବାକୁ ସ୍ବତନ୍ତ୍ର ଭାବେ ଆମେ ସ୍ଥାନିତ ହୋଇଛୁ। ବର୍ଷ ବର୍ଷ ଧରି ଆମେ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ସଚେତନତା ଏବଂ ବ୍ୟବହାର ପାଇଁ ଏକ ଅନୁକୂଳ ପରିବେଶ ସୃଷ୍ଟି କରିବାକୁ ଅନେକ ପ୍ରୟାସ କରିଆସିଛୁ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ସେହିଭଳି ଜିନ୍ଦଲ ଷ୍ଟେନ୍‌ଲେସ୍‌ର ଗ୍ରୁପ୍‌ ସିଏଫ୍‌ଓ ଏବଂ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନୁରାଗ ମନ୍ତ୍ରୀ କହିଛନ୍ତି, ଜିନ୍ଦଲ ଷ୍ଟେନ୍‌ଲେସ୍‌ ପାଇଁ ଏହି ବର୍ଦ୍ଧିତ ମୂଲ୍ୟାୟନ ବ୍ୟବସାୟ ପରିଚାଳନା ପାଇଁ ଆମର ଦୂରଦର୍ଶୀ ପୁଞ୍ଜି ଆବଣ୍ଟନ ରଣନୀତିକୁ ପ୍ରତିଫଳିତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri