Posted inଖେଳ

ସ୍କୁଲ ସ୍ତରରୁ ଫୁଟ୍‌ବଲର ବିକାଶ ପାଇଁ ଉଦ୍ୟମ

ଭୁବନେଶ୍ୱର, ୨୪।୧୧ (କ୍ରୀଡ଼ା ପ୍ରତିନିଧି): କାତାରରେ ଚାଲିଛି ଫିଫା ବିଶ୍ୱକପ୍‌। ତେଣୁ ସ୍ବାଭାବିକ ଭାବେ କ୍ରୀଡ଼ା ଜଗତରେ ଏବେ ଫୁଟ୍‌ବଲକୁ ନେଇ ଚର୍ଚ୍ଚା ଚାଲିଥିବାବେଳେ ୟୁନିଟ-୬ ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ କରାଯାଇଛି ଏକ ଅଭିନବ ପ୍ରୟାସ। ସ୍କୁଲ ପିଲାଙ୍କୁ ଫୁଟବଲ ପ୍ରତି ଆକୃଷ୍ଟ କରିବା ପାଇଁ ପଦକ୍ଷେପ ନିଆଯାଇଛି। ବୁଧବାର ୟୁନିଟ-୬ ବିଦ୍ୟାଳୟର ୩୦ ଜଣ ଛାତ୍ରୀଙ୍କୁ ଆସୋସିଏଶନ ପକ୍ଷରୁ ଫୁଟ୍‌ବଲ ଜର୍ସି ଏବଂ ଅନ୍ୟାନ୍ୟ ଉପକରଣ ପ୍ରଦାନ କରାଯାଇଛି।

ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୬ ନମ୍ବର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଭାସ କୁମାର ଗାଇଗେରିଆ ପିଲାମାନଙ୍କୁ ଉଦ୍‌ବୋଧନ ଦେବା ସହ ଫୁଟବଲ ଉପକରଣ ପ୍ରଦାନ କରିଥିଲେ। ବିଦ୍ୟାଳୟର କ୍ରୀଡ଼ା ଶିକ୍ଷୟିତ୍ରୀ ସ୍ମିତା ମାନସୀ ଜେନା, ସ୍ଥାନୀୟ କର୍ପୋରେଟର ପୁଷ୍ପା ରାଉତ, ୟୁନିଟ-୬ ଆଥ୍‌ଲେଟିକ ଆସୋସିଏଶନ ସମ୍ପାଦକ ଦିଲୀପ କୁମାର ଦାସ, ସଭାପତି ତପନ କୁମାର ମହାନ୍ତି, ଗିରିଜା ଦାସ, ରଞ୍ଜନ ଦତ୍ତ, ରାଜେନ୍ଦ୍ର ବେହେରା, ମଧୁସୂଦନ ରେଡ୍ଡୀ, ଟୁନା ଖାଁ ଓ ବିଭୁଦତ୍ତ ଆଦି ଅନେକ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri