ବିରୋଧ ସତ୍ତ୍ୱେ ବାର୍‌ ଖୋଲିବାକୁ ଉଦ୍ୟମ: ପ୍ରତିବାଦରେ ଦୋକାନ, ବଜାର ବନ୍ଦ

ବରଗଡ଼ ଅଫିସ,୨୨ା୯: ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲି କ୍ୟାମ୍ପ ଛକରେ ସ୍ଥାନୀୟ ଲୋକଙ୍କ ବିରୋଧ ସତ୍ତ୍ୱେ ଏକ ବାର୍‌ (ଅନ୍‌ ଅଫ୍‌ ବିଦେଶୀ ମଦ ଦୋକାନ) ଖୋଲିବାକୁ ଉଦ୍ୟମ ଚାଲିଛି। ଏହାକୁ ନେଇ ରେଙ୍ଗାଲି କ୍ୟାମ୍ପ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଥିବା ବେଳେ ଗୁରୁବାର ରେଙ୍ଗାଲି କ୍ୟାମ୍ପରେ ବନ୍ଦ ପାଳନ କରାଯାଇଛି। ବନ୍ଦକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ ମିଳିଥିବାବେଳେ ସକାଳୁ ଦୋକାନ, ବଜାର ବନ୍ଦ ରହିଛି। ସ୍ଥାନୀୟ ଲୋକେ ପ୍ରସ୍ତାବିତ ଦୋକାନ ଆଗରେ ଏକାଠି ହୋଇ ଧାରଣା ଦେଇଛନ୍ତି।

ପ୍ରକାଶ ଥାଉକି, ସ୍ଥାନୀୟ ଲୋକଙ୍କ ଦସ୍ତଖତ ଜାଲିଆତି କରିବା ସହିତ ମିଥ୍ୟା ରିପୋର୍ଟ ପ୍ରଦାନ କରି ରେଙ୍ଗାଲି କ୍ୟାମ୍ପ ଛକରେ ବାର୍‌ ଖୋଲାଯିବା ପାଇଁ ଅବକାରୀ ବିଭାଗ ଗତବର୍ଷରୁ ଲାଇସେନ୍ସ ପ୍ରଦାନ କରିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏଥିରେ ସମ୍ପୃକ୍ତ ଅବକାରୀ ଅଧିକାରୀଙ୍କ ଭୂମିକା ସନ୍ଦେହଜନକ ହୋଇ ପଡ଼ିଥିବା ବେଳେ ମୋଟାଅଙ୍କର ଡିଲ୍‌ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ସ୍ଥାନୀୟ ଲୋକେ ଜିଲାପାଳ, ଏସ୍‌ପି, ଅବକାରୀ କମିଶନରଙ୍କଠାରୁ ଆରମ୍ଭ କରି ଓଡ଼ିଶା ମାନବାଧିକାର କମିଶନ(ଓଏଏଚ୍‌ଆର୍‌ସି)ଙ୍କ ଠାରେ ପିଟିଶନ ଦାଖଲ କରିଛନ୍ତି। ଉକ୍ତ ମାମଲାର ସମାଧାନ ନ ହେବା ପର୍ଯ୍ୟନ୍ତ ସମ୍ପୃକ୍ତ ବାର୍‌ ନ ଖୋଲିବା ପାଇଁ (ଓଏଏଚ୍‌ଆରସି)ଙ୍କ ନିର୍ଦ୍ଦେଶ ରହିଛି। କିନ୍ତୁ ଏହା ବିଚାରାଧୀନ ଥିବାବେଳେ ଗତ ୧୭ ତାରିଖ ସମ୍ପୃକ୍ତ ବାର୍‌ ଖୋଲା ଯାଇଥିଲା। ଏହାକୁ ବିରୋଧ କରି ସ୍ଥାନୀୟ ଲୋକେ ବାର୍‌ ସମ୍ମୁଖରେ ଧାରଣାରେ ବସିଥିଲେ ଏବଂ ଅବକାରୀ ଅଧିକାରୀମାନେ ସେଠାକୁ ପହଞ୍ଚି ବାର୍‌ ବନ୍ଦ କରିବା ସହିତ ଲିଖିତ ପ୍ରତିଶ୍ରୁତି ଦେବା ପରେ ଧାରଣାରୁ ଉଠିଥିଲେ। ଅନ୍ୟପକ୍ଷରେ ବାର୍‌ ବିରୋଧରେ ଧାରଣାକୁ ଓହ୍ଲାଇଥିବା ୧୧ଜଣଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଥିଲା। ତେବେ ଓଏଏଚ୍‌ଆର୍‌ସି ନିର୍ଦ୍ଦେଶନାମାକୁ ଉଲ୍ଲଂଘନ କରିଥିବା ସମ୍ପୃକ୍ତ ବ୍ୟବସାୟୀଙ୍କୁ ପୋଲିସର ଅନୁକମ୍ପା ଏବଂ ବାର୍‌ ଖୋଲାଯିବା ପ୍ରତିବାଦରେ ଧାରଣାକୁ ଓହ୍ଲାଇଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସାଧାରଣରେ ଆଲୋଚନାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri