ପାରମ୍ପରିକ ସଂସ୍କୃତିକୁ ବଞ୍ଚାଇ ରଖିବା ପାଇଁ ପ୍ରୟାସ

ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଜାଗୃତି ସଭାଗୃହଠାରେ ‘ହିମକନ୍ୟା’ ଭାଷା, ସାହିତ୍ୟ ଓ ସାଂସ୍କୃତିକ ପରିଷଦର ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି। ଏହି ପରିଷଦର ସଭାପତି ଭାବେ ପତିତପାବନ ରାଉତ ଏବଂ ସମ୍ପାଦକ ଭାବେ ପ୍ରଶାନ୍ତ ସାହୁଙ୍କୁ ଚୟନ କରାଯାଇଛି। ସେହିପରି ଉପସଭାନେତ୍ରୀ ଭାବେ ଅଧ୍ୟାପିକା ସସ୍ମିତା ସାମନ୍ତ, ସହସମ୍ପାଦିକା ଭାବେ ବବଲୀନ ନାୟକ, କୋଷାଧ୍ୟକ୍ଷ କେଶବ ଡାକୁଆ, ଆଇନ ପରାମର୍ଶଦାତା ଭାବେ ବରିଷ୍ଠ ଓକିଲ ଉମେଶ କର, ମୁଖ୍ୟ ଉପଦେଷ୍ଟା ଭାବେ ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ, ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡଃ ପ୍ରତାପ କୁମାର ବେହେରା, ବିପିସି ଜଗନ୍ନାଥ ରଥଙ୍କୁ ଚୟନ କରାଯାଇଛି।

ସେହିପରି ସକ୍ରିୟ ସଦସ୍ୟା ସଦସ୍ୟ ଭାବେ ସରକାରୀ ଆଇଟିଆଇର ଶିକ୍ଷକ ଭୂପେନ ପୃଷେଠ୍‌, ଶିକ୍ଷୟିତ୍ରୀ ଅନୁଭୂତି ବଳ, ନକ୍ଷତ୍ରମାଳା ସାହୁ, ରୂପେଶ ତ୍ରିପାଠୀ, ଆଶିଷ କୁମାର ନାୟକ, ସରୋଜିନୀ ଦାସ, ରଞ୍ଜିତ ମିଶ୍ର, ଆଶାରାଣୀ ମିଶ୍ର, ରିପ୍ତିମୟୀ ସାହୁ, ରଶ୍ମିତା ଶତପଥୀ, ଏବଂ ଉପଦେଷ୍ଟା ମଣ୍ଡଳୀରେ ରମେଶ ଚନ୍ଦ୍ର ସାହୁ, ମୁକୁନ୍ଦ ବଳିୟାର ସିଂ, ପ୍ରଫୁଲ ବଡ଼ଜେନା, ରଶ୍ମିତା ନନ୍ଦ, ମନସ୍ବିନୀ ତ୍ରିପାଠୀ, ବିନିତା ପଡ୍ରାଙ୍କୁ ଚୟନ କରାଯାଇଛି। କାର୍ଯ୍ୟକ୍ରମକୁ ସମ୍ପାଦକ ପ୍ରଶାନ୍ତ ସାହୁ ପରିଚାଳନା କରିଥିଲେ। କର୍ମକର୍ତ୍ତା ଚୟନ ପରେ ସମସ୍ତେ ଭାଷା, ସାହିତ୍ୟ ଓ ପାରମ୍ପରିକ ସଂସ୍କୃତିକୁ କିଭଳି ବଞ୍ଚାଇ ରଖିବେ ଓ ଆଗାମୀ ଦିନରେ ଏହି ପରିଷଦ ମାଧ୍ୟମରେ ଦାରିଙ୍ଗବାଡ଼ିର ଶୀତ ମହୋତ୍ସବ ହେଉ କି ଜାତୀୟ ଦିବସ ପାଳନ ଓ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମରେ ସକ୍ରିୟ ଭୂମିକା ଗ୍ରହଣ କରିବ ବୋଲି ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

ବର୍ଷାରେ ବି ବଢୁଛି ପର୍ଯ୍ୟଟକଙ୍କ ଭିଡ଼: ଦାରିଙ୍ଗବାଡ଼ି ପର୍ଯ୍ୟଟନ ବିକାଶ ପାଇଁ ନୂଆ ପଦକ୍ଷେପ

ଦାରିଙ୍ଗବାଡ଼ି,୪।୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିକୁ ବର୍ଷତମାମ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର କରିବା ସହ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ଓ ରୂପାନ୍ତରଣ ପାଇଁ…

ନିଶାସେବନ ଯୁବସମାଜର ଭବିଷ୍ୟତକୁ କରିଦିଏ ନଷ୍ଟ: ନିଶାମୁକ୍ତ ସମାଜ ଆହ୍ବାନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୩।୯(ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆଠାରେ ରହିଥିବା ମହର୍ଷି ଦୟାନନ୍ଦ ଉଚ୍ଚବିଦ୍ୟାଳୟ ପରିସରରେ କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri