ସାଇବର ଅପରାଧ ରୋକିବାକୁ ବ୍ୟାପକ ହେବ ପ୍ରୟାସ

ଭୁବନେଶ୍ବର,୧।୨(ବ୍ୟୁରୋ): ରାଜ୍ୟରେ ସାଇବର ଅପରାଧ ରୋକିବାକୁ ସରକାରୀସ୍ତରରେ କରାଯାଉଥିବା ପ୍ରୟାସକୁ ଆହୁରି ବ୍ୟାପକ କରାଯିବ। ଦୈନିକ ଅର୍ଥନୈତିକ ଅପରାଧ ସହ ମହିଳା ଓ ଶିଶୁଙ୍କ ଉପରେ ଯୌନଜନିତ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯିବ। ଏଥିନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ମଙ୍ଗଳବାର ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ତୃଣମୂଳସ୍ତରରେ ସାଇବର ଅପରାଧ ନିରୋଧୀ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରିବା ଉପରେ ମୁଖ୍ୟ ଶାସନ ସଚିବ ଏହି ବୈଠକରେ ଗୁରୁତ୍ୱାରୋପ କରଥିଲେ।
ବିଶେଷକରି ବୃଦ୍ଧାବୃଦ୍ଧ, ଛାତ୍ରୀଛାତ୍ର, ଆଶା ଓ ଅଙ୍ଗନୱାଡି କର୍ମୀ, ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାଙ୍କ ସମେତ ସବୁ ବର୍ଗଙ୍କୁ ଏହି ଅଭିଯାନରେ ସାମିଲ କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଥିଲେ। ଏଥିନିମନ୍ତେ ୩୪ଟି ସଚେତନତା ରଥ ରାଜ୍ୟର ପ୍ରତ୍ୟେକ ଥାନା ଅଞ୍ଚଳକୁ ଗସ୍ତ କରି ଭିଡିଓ ଅଡିଓ ମାଧ୍ୟମରେ ସଚେତନତା ବାର୍ତ୍ତା ପ୍ରଦାନ କରିବ। ସ୍କୁଲ ଓ ଅଙ୍ଗନୱାଡି କେନ୍ଦ୍ର କାନ୍ଥରେ ପେଣ୍ଟିଂ ମାଧ୍ୟମରେ ଜନ ସଚେତନତା ସୃଷ୍ଟି କରାଯିବ। ଏପରିକି ବିଦ୍ୟାଳୟସ୍ତରରେ ଅଭିଭାବକ-ଶିକ୍ଷକଙ୍କ ବୈଠକରେ ସାଇବର କ୍ରାଇମ୍‌ ପ୍ରତି ସଚେତନ ରହିବାକୁ ଆଲୋଚନା ହେବ। ଅର୍ଥ ନେଣଦେଣ ପୂର୍ବରୁ ସତ୍ୟତା ଯାଞ୍ଚ କରିବା, ଅଜଣା ବ୍ୟକ୍ତିଙ୍କ ସହ ଅନାବଶ୍ୟକ ବନ୍ଧୁତା ରକ୍ଷା ନ କରିବା, ଅଜଣା ଏସ୍‌.ଏମ୍‌.ଏସ୍‌, ଲିଙ୍କ୍‌ କିମ୍ବା ସନ୍ଦେହାତ୍ମକ ଆପ୍‌ ଡାଉନଲୋଡ ନ କରିବା ଉପରେ ମୁଖ୍ୟତଃ ସଚେତନ କରାଯିବା ନେଇ ବୈଠକରେ ଆଲୋଚନା ହୋଇଥିଲା। ଉଭୟ ଅନ୍‌ଲାଇନ ଏବଂ ଅଫ୍‌ଲାଇନ ମାଧ୍ୟମରେ ମଧ୍ୟ ଏହି ଅଭିଯାନ ଜାରି ରହିବ। ବିଭିନ୍ନ ସାମାଜିକ ଗଣମାଧ୍ୟମରେ ନିୟମିତ ଭାବେ ସାଇବର ଅପରାଧ ନିୟନ୍ତ୍ରଣ ଜନିତ ବାର୍ତ୍ତା ପ୍ରଦାନ କରାଯିବ। ଏପରିକି ସଚେତନ ରହିବା ଏବଂ ସୁରକ୍ଷିତ ରହିବା-ସାଇବର ଅପରାଧ ମୁକ୍ତ ଓଡ଼ିଶା ଉପରେ ରୋଡ୍‌ ରନ, ସାଇକ୍ଲୋଥନ, ଶୋଭାଯାତ୍ରା, ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବକୃତା, ପ୍ରବନ୍ଧ, କୁଇଜ ପ୍ରତିଯୋଗିତା ମଧ୍ୟ କରାଯିବ। ଏଭଳି ଅଭିଯାନ ଆରମ୍ଭ କରିବାରେ ଓଡ଼ିଶା ହେଉଛି ଦେଶର ପ୍ରଥମ ରାଜ୍ୟ।
ସୂଚନାଯୋଗ୍ୟ ଦେଶରେ ୨୦୨୧ ମସିହାରେ ୫୨ ହଜାର ୯୭୫ ସାଇବର ମାମଲା ପଞ୍ଜୀକୃତ ହୋଇଥିଲା, ଯାହା ପୂର୍ବ ବର୍ଷ ଅପେକ୍ଷା ୫.୯ ପ୍ରତିଶତ ଅଧିକ। ସେହିଭଳି ଓଡ଼ିଶାରେ ୨୦୧୯ ମସିହାରେ ୧୪୮୫ଟି, ୨୦୨୦ରେ ୧୯୩୧ ଏବଂ ୨୦୨୧ରେ ୨୦୩୭ ସାଇବର ମାମଲା ରୁଜୁ ହୋଇଥିଲା। ଅନ୍ୟପକ୍ଷରେ ସାଇବର ହେଲ୍ପ ଡେସ୍କ ମାଧ୍ୟମରେ ରାଜ୍ୟରେ ୨୦୨୧ ମସିହାରେ ୩୪୦୨ ପିଟିଶନ ଗ୍ରହଣ କରାଯାଇଥିବା ବେଳେ ୨୦୨୨ ମସିହାରେ ୭୭୦୦ ପିଟିଶନ ଗ୍ରହଣ କରାଯାଇଛି। କୌଣସି ବ୍ୟକ୍ତି ସାଇବର ଜନିତ ଅପରାଧ ସମ୍ପର୍କରେ ଅଭିଯୋଗ କରିବାକୁ ହେଲେ ନଂ. ୧୯୩୦ ସହ ଯୋଗାଯୋଗ କରି ଅଭିଯୋଗ କରିପାରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri