ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଫସଲ ନଷ୍ଟ ସହ ଘରଦ୍ୱାର ଭାଙ୍ଗିବା ଭଳି ଅଘଟଣ ଘଟୁଛି। ଏହି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ବନ ବିଭାଗ ପକ୍ଷରୁ ବନ୍ୟପ୍ରାଣୀଙ୍କୁ ଜଙ୍ଗଲ ମଧ୍ୟରେ ଆବଶ୍ୟକ ଖାଦ୍ୟ ଯୋଗାଇବା ଲକ୍ଷ୍ୟରେ ବିଭିନ୍ନ ପ୍ରକାର ଖାଦ୍ୟୋପଯୋଗୀ ଗଛ ଓ ଫସଲ ଲଗାଯାଉଛି।

ଗତ ଦୁଇ ବର୍ଷ ପୂର୍ବେ ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ଉପଯୋଗୀ ଫସଲ ଓ ଗଛ ଲଗାଇବା ଉପରେ ଗୁରୁତ୍ୱ ଦିଆଯାଇଥିବା ବେଳେ ଏହାର ଅଂଶସ୍ୱରୂପ ବିଭିନ୍ନ ଜଙ୍ଗଲରେ ତାଳ ଗଛ ଏବଂ ଭଞ୍ଜନଗର ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡରେ ଧାନ ଓ ମୁଗ ଭଳି ଫସଲ ମଧ୍ୟ ବୁଣାଯାଇଥିଲା। ଚଳିତ ବର୍ଷ ବନ୍ୟପ୍ରାଣୀଙ୍କ ଖାଦ୍ୟ ଆବଶ୍ୟକତାକୁ ଆହୁରି ସୁଦୃଢ଼ କରିବା ପାଇଁ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ନୀଳାମ୍ବର ବିଶ୍ୱନାଥ ୭ଟି ବନଖଣ୍ଡରେ କଦଳୀ ଚାରା ରୋପଣ କରିବାକୁ ପରାମର୍ଶ ଦେଇଛନ୍ତି। ଏହା ପରେ ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ବିଭିନ୍ନ ଅଞ୍ଚଳରେ ସ୍ଥାନୀୟ ଲୋକଙ୍କ ବଗିଚାରୁ ମାଗଣାରେ ସଂଗୃହୀତ ହୋଇଥିବା କଦଳୀ ଚାରା ରୋପଣ କାର୍ଯ୍ୟ ଆରମ୍ଭ ହୋଇଯାଇଛି।

ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ବ୍ୟବସ୍ଥା ହେଲେ ମଣିଷ ଓ ବନ୍ୟପ୍ରାଣୀଙ୍କ ମଧ୍ୟରେ ଲଢେଇ ହ୍ରାସ ପାଇବ ବୋଲି ଆଶା କରାଯାଉଛି। ଡିଏଫ୍ଓ ହିମାଂଶୁ ଶେଖର ମହାନ୍ତିଙ୍କ ନେତୃତ୍ୱରେ ଏସିଏଫ୍ ବିମଳ ପ୍ରଧାନ, ମୁଜାଗଡ଼ ରେଞ୍ଜର ବିମ୍ବାଧର ସାହୁ, କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ ପୃଥିବୀରାଜ ପ୍ରଧାନ, ତାରସିଂ ରେଞ୍ଜର ପ୍ରଶାନ୍ତ କୁମାର ବେହେରା ଓ ଜଗନ୍ନାଥପ୍ରସାଦ ରେଞ୍ଜର ସୁଜାତା ରାଣୀ ପଣ୍ଡା ପ୍ରମୁଖ ଏହି କଦଳୀ ଚାରା ରୋପଣ କାର୍ଯ୍ୟର ସଫଳ ତଦାରଖ କରୁଛନ୍ତି।

ଅନ୍ୟପକ୍ଷରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡରେ ହାତୀ, କଲରାପତରିଆ ବାଘ, ହରିଣ, ଗୟଳ ଓ ବାରହା ଭଳି ବନ୍ୟପ୍ରାଣୀଙ୍କ ସଂଖ୍ୟା କ୍ରମଶଃ ବୃଦ୍ଧି ପାଉଥିବାରୁ ସେମାନଙ୍କ ଖାଦ୍ୟ ଓ ସୁରକ୍ଷା ନେଇ ବନ ବିଭାଗର ଚିନ୍ତା ବଢ଼ିଛି। ବିଶେଷକରି ତୃଣଭୋଜୀ ପ୍ରାଣୀଙ୍କ ପାଇଁ ଜଙ୍ଗଲ ଭିତରେ ଅଧିକ ଖାଦ୍ୟ ବ୍ୟବସ୍ଥା କରାଯାଉଥିବାରୁ, ଏହା ଦ୍ୱାରା ବନ୍ୟପ୍ରାଣୀମାନେ ଖାଦ୍ୟ ଅନ୍ୱେଷଣରେ ଜନବସତି ଓ ଚାଷଜମିକୁ ଆସିବା ବହୁ ପରିମାଣରେ କମିଯିବ ବୋଲି ବନ ବିଭାଗ ପକ୍ଷରୁ ଦୃଢ଼ ଆଶା ପୋଷାକରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?