Posted inଜାତୀୟ

BSF ଯବାନଙ୍କୁ ମୁକୁଳାଇବା ପାଇଁ ଉଦ୍ୟମ: କେନ୍ଦ୍ର ଗୃହ ସଚିବଙ୍କୁ ଭେଟିଲେ BSF ଡିଜି

ନୂଆଦିଲ୍ଲୀ,୨୫।୪: Pahalgam Terror Attack ପରେ, ଭାରତ ସରକାର ଆକ୍ସନ ମୋଡରେ ଅଛନ୍ତି। ଏପରିକି ପାକିସ୍ତାନୀ ରେଞ୍ଜର୍ସଙ୍କ ଦ୍ବାରା ଅଟକ BSF ଯବାନଙ୍କୁ ମୁକୁଳାଇବାକୁ ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ପାକିସ୍ତାନୀ ରେଞ୍ଜର୍ସଙ୍କ ସହ ବିଏସଏଫ୍‌ର ତୃତୀୟ ଫ୍ଲାଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏପରିକି ବିଏସ୍‌ଏଫ ଡିଜି କେନ୍ଦ୍ର ଗୃହ ସଚିବଙ୍କୁ ଭେଟିଛନ୍ତି।

ଅନ୍ୟପକ୍ଷେ ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ସୁରକ୍ଷା ପରିସ୍ଥିତି ସମୀକ୍ଷା କରିବା ପାଇଁ ଶୁକ୍ରବାର ଶ୍ରୀନଗରରେ ପହଞ୍ଚିଛନ୍ତି। ସେନାର ଶୀର୍ଷ କମାଣ୍ଡର ତାଙ୍କୁ ଘାଟି ଏବଂ ନିୟନ୍ତ୍ରଣ ରେଖାରେ ସୁରକ୍ଷାବାହିନୀ ଦ୍ୱାରା ନିଆଯାଇଥିବା ଆତଙ୍କବାଦ ବିରୋଧୀ ପଦକ୍ଷେପ ବିଷୟରେ ଅବଗତ କରାଇଛନ୍ତି।

ସୂଚନାଯୋଗ୍ୟ, ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଦେଶର ସୁରକ୍ଷା ପରିସ୍ଥିତି ସମୀକ୍ଷା କରିବା ପାଇଁ ପ୍ରତିରକ୍ଷା ମୁଖ୍ୟ (CDS), ତିନି ସେନା ମୁଖ୍ୟ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ।

ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଏବଂ ନୌସେନା ମୁଖ୍ୟ ଆଡମିରାଲ ଦିନେଶ ତ୍ରିପାଠି ପହଲଗାମ ଏବଂ ସମଗ୍ର ଜମ୍ମୁ କଶ୍ମୀରର ସୁରକ୍ଷା ପରିସ୍ଥିତି ବିଷୟରେ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ସେ କହିଛନ୍ତି ଯେ ସୁରକ୍ଷା ବାହିନୀକୁ ସତର୍କ କରାଯାଇଛି ଏବଂ ଆତଙ୍କବାଦୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri