Posted inଜାତୀୟ

BSF ଯବାନଙ୍କୁ ମୁକୁଳାଇବା ପାଇଁ ଉଦ୍ୟମ: କେନ୍ଦ୍ର ଗୃହ ସଚିବଙ୍କୁ ଭେଟିଲେ BSF ଡିଜି

ନୂଆଦିଲ୍ଲୀ,୨୫।୪: Pahalgam Terror Attack ପରେ, ଭାରତ ସରକାର ଆକ୍ସନ ମୋଡରେ ଅଛନ୍ତି। ଏପରିକି ପାକିସ୍ତାନୀ ରେଞ୍ଜର୍ସଙ୍କ ଦ୍ବାରା ଅଟକ BSF ଯବାନଙ୍କୁ ମୁକୁଳାଇବାକୁ ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ପାକିସ୍ତାନୀ ରେଞ୍ଜର୍ସଙ୍କ ସହ ବିଏସଏଫ୍‌ର ତୃତୀୟ ଫ୍ଲାଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏପରିକି ବିଏସ୍‌ଏଫ ଡିଜି କେନ୍ଦ୍ର ଗୃହ ସଚିବଙ୍କୁ ଭେଟିଛନ୍ତି।

ଅନ୍ୟପକ୍ଷେ ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ସୁରକ୍ଷା ପରିସ୍ଥିତି ସମୀକ୍ଷା କରିବା ପାଇଁ ଶୁକ୍ରବାର ଶ୍ରୀନଗରରେ ପହଞ୍ଚିଛନ୍ତି। ସେନାର ଶୀର୍ଷ କମାଣ୍ଡର ତାଙ୍କୁ ଘାଟି ଏବଂ ନିୟନ୍ତ୍ରଣ ରେଖାରେ ସୁରକ୍ଷାବାହିନୀ ଦ୍ୱାରା ନିଆଯାଇଥିବା ଆତଙ୍କବାଦ ବିରୋଧୀ ପଦକ୍ଷେପ ବିଷୟରେ ଅବଗତ କରାଇଛନ୍ତି।

ସୂଚନାଯୋଗ୍ୟ, ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଦେଶର ସୁରକ୍ଷା ପରିସ୍ଥିତି ସମୀକ୍ଷା କରିବା ପାଇଁ ପ୍ରତିରକ୍ଷା ମୁଖ୍ୟ (CDS), ତିନି ସେନା ମୁଖ୍ୟ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ।

ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଏବଂ ନୌସେନା ମୁଖ୍ୟ ଆଡମିରାଲ ଦିନେଶ ତ୍ରିପାଠି ପହଲଗାମ ଏବଂ ସମଗ୍ର ଜମ୍ମୁ କଶ୍ମୀରର ସୁରକ୍ଷା ପରିସ୍ଥିତି ବିଷୟରେ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ସେ କହିଛନ୍ତି ଯେ ସୁରକ୍ଷା ବାହିନୀକୁ ସତର୍କ କରାଯାଇଛି ଏବଂ ଆତଙ୍କବାଦୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri