ସବର୍ଣ୍ଣ-ଅସବର୍ଣ୍ଣ ବିବାଦ ସମାଧାନ ପାଇଁ ଉଦ୍ୟମ

ଭୁବନ, ୧୦।୯(ଡି.ଏନ୍‌.ଏ.): ଗଣେଶ ପୂଜା ଭସାଣିକୁ କେନ୍ଦ୍ରକରି ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶ ଗ୍ରାମରେ ସୃଷ୍ଟି ହୋଇଥିବା ସବର୍ଣ୍ଣ-ଅସବର୍ଣ୍ଣ ବିବାଦର ସମାଧାନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଗ୍ରାମରେ ସ୍ବାଭାବିକ ସ୍ଥିତି ଫେରାଇ ଆଣିବା ଲାଗି ପୋଲିସ ପ୍ରଶାସନ ଅଣ୍ଟା ଭିଡ଼ିଛି। ସବର୍ଣ୍ଣମାନେ ଯାତାୟାତ କରୁଥିବା ରାସ୍ତାକୁ ବିପକ୍ଷ ଗୋଷ୍ଠୀ କାଟି ଦେଇଥିବାବେଳେ ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁଙ୍କ ନେତୃତ୍ୱରେ ଥାନାର କର୍ମଚାରୀମାନେ ଶୁକ୍ରବାର ଏହାର ମରାମତି କରିଛନ୍ତି। କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ଏଡ଼ାଇବାକୁ ଗ୍ରାମରେ ପୋଲିସ ମୁତୟନ କରାଯାଇଛି। ଶାନ୍ତି ଫେରାଇ ଆଣିବା ଲାଗି ଖୁବ୍‌ଶୀଘ୍ର ଏକ ଶାନ୍ତି କମିଟି ଗଠନ କରାଯିବ ବୋଲି ଥାନାଧିକାରୀ ସୂଚନା ଦେଇଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ଗତ ମଙ୍ଗଳବାର ଅସବର୍ଣ୍ଣ ଗୋଷ୍ଠୀର ଗଣେଶ ପୂଜା ଭସାଣି ଚାଲିଥିବାବେଳେ ମେଢ଼ ଜଣେ ସବର୍ଣ୍ଣ ପରିବାରର ଘରେ ଲାଗିଯାଇଥିଲା। ତୀବ୍ର ଶବ୍ଦଯୁକ୍ତ ଡିଜେକୁ ନେଇ ଉଭୟ ଗୋଷ୍ଠୀ ମୁହଁାମୁହିଁ ହେବା ଫଳରେ ୬ଜଣ ଗୁରୁତର ହୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସବର୍ଣ୍ଣଙ୍କ ପକ୍ଷରୁ ନଂ. ୩୬୩/୨୨ ଏବଂ ଅସବର୍ଣ୍ଣ ଗୋଷ୍ଠୀ ତରଫରୁ ନଂ. ୩୬୫/୨୨ରେ ଏକ ମାମଲା ରୁଜୁ ହୋଇଥିଲା। ଉଭୟ ପକ୍ଷର ୧୦ରୁ ଊର୍ଦ୍ଧ୍ୱ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିଲା। ଇତିମଧ୍ୟରେ ଅସବର୍ଣ୍ଣ ଗୋଷ୍ଠୀ ସବର୍ଣ୍ଣମାନେ ଯାତାୟାତ କରୁଥିବା ରାସ୍ତାକୁ କାଟି ଦେଇଥିଲେ। ଏ ନେଇ ଗ୍ରାମରେ ଉତ୍ତେଜନା ବଢ଼ି ଅଶାନ୍ତ ପରିବେଶ ସୃଷ୍ଟି ହୋଇଥିବାବେଳେ ଶୁକ୍ରବାର ଥାନାଧିକାରୀ ଗ୍ରାମରେ ପହଞ୍ଚତ୍ ପୃଥକ୍‌ ବୈଠକ କରିଛନ୍ତି। ଭାଇଚାରା ଓ ଶାନ୍ତିପୂର୍ଣ୍ଣ ବାତାବରଣ ଫେରାଇ ଆଣିବାକୁ ସମସ୍ତଙ୍କୁ ନିବେଦନ କରାଯାଇଛି। ପୋଲିସ କର୍ମଚାରୀମାନେ ରାସ୍ତା ମରାମତି କରିଛନ୍ତି। ସବର୍ଣ୍ଣ-ଅସବର୍ଣ୍ଣ ବିବାଦର ସମାଧାନ ପାଇଁ ପୋଲିସ ପ୍ରଶାସନର ଏଭଳି ଉଦ୍ୟମକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?