ସବର୍ଣ୍ଣ-ଅସବର୍ଣ୍ଣ ବିବାଦ ସମାଧାନ ପାଇଁ ଉଦ୍ୟମ

ଭୁବନ, ୧୦।୯(ଡି.ଏନ୍‌.ଏ.): ଗଣେଶ ପୂଜା ଭସାଣିକୁ କେନ୍ଦ୍ରକରି ଢେଙ୍କାନାଳ ଜିଲା ଭୁବନ ଥାନା ଓଡ଼ିଶ ଗ୍ରାମରେ ସୃଷ୍ଟି ହୋଇଥିବା ସବର୍ଣ୍ଣ-ଅସବର୍ଣ୍ଣ ବିବାଦର ସମାଧାନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଗ୍ରାମରେ ସ୍ବାଭାବିକ ସ୍ଥିତି ଫେରାଇ ଆଣିବା ଲାଗି ପୋଲିସ ପ୍ରଶାସନ ଅଣ୍ଟା ଭିଡ଼ିଛି। ସବର୍ଣ୍ଣମାନେ ଯାତାୟାତ କରୁଥିବା ରାସ୍ତାକୁ ବିପକ୍ଷ ଗୋଷ୍ଠୀ କାଟି ଦେଇଥିବାବେଳେ ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁଙ୍କ ନେତୃତ୍ୱରେ ଥାନାର କର୍ମଚାରୀମାନେ ଶୁକ୍ରବାର ଏହାର ମରାମତି କରିଛନ୍ତି। କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ଏଡ଼ାଇବାକୁ ଗ୍ରାମରେ ପୋଲିସ ମୁତୟନ କରାଯାଇଛି। ଶାନ୍ତି ଫେରାଇ ଆଣିବା ଲାଗି ଖୁବ୍‌ଶୀଘ୍ର ଏକ ଶାନ୍ତି କମିଟି ଗଠନ କରାଯିବ ବୋଲି ଥାନାଧିକାରୀ ସୂଚନା ଦେଇଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ଗତ ମଙ୍ଗଳବାର ଅସବର୍ଣ୍ଣ ଗୋଷ୍ଠୀର ଗଣେଶ ପୂଜା ଭସାଣି ଚାଲିଥିବାବେଳେ ମେଢ଼ ଜଣେ ସବର୍ଣ୍ଣ ପରିବାରର ଘରେ ଲାଗିଯାଇଥିଲା। ତୀବ୍ର ଶବ୍ଦଯୁକ୍ତ ଡିଜେକୁ ନେଇ ଉଭୟ ଗୋଷ୍ଠୀ ମୁହଁାମୁହିଁ ହେବା ଫଳରେ ୬ଜଣ ଗୁରୁତର ହୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସବର୍ଣ୍ଣଙ୍କ ପକ୍ଷରୁ ନଂ. ୩୬୩/୨୨ ଏବଂ ଅସବର୍ଣ୍ଣ ଗୋଷ୍ଠୀ ତରଫରୁ ନଂ. ୩୬୫/୨୨ରେ ଏକ ମାମଲା ରୁଜୁ ହୋଇଥିଲା। ଉଭୟ ପକ୍ଷର ୧୦ରୁ ଊର୍ଦ୍ଧ୍ୱ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିଲା। ଇତିମଧ୍ୟରେ ଅସବର୍ଣ୍ଣ ଗୋଷ୍ଠୀ ସବର୍ଣ୍ଣମାନେ ଯାତାୟାତ କରୁଥିବା ରାସ୍ତାକୁ କାଟି ଦେଇଥିଲେ। ଏ ନେଇ ଗ୍ରାମରେ ଉତ୍ତେଜନା ବଢ଼ି ଅଶାନ୍ତ ପରିବେଶ ସୃଷ୍ଟି ହୋଇଥିବାବେଳେ ଶୁକ୍ରବାର ଥାନାଧିକାରୀ ଗ୍ରାମରେ ପହଞ୍ଚତ୍ ପୃଥକ୍‌ ବୈଠକ କରିଛନ୍ତି। ଭାଇଚାରା ଓ ଶାନ୍ତିପୂର୍ଣ୍ଣ ବାତାବରଣ ଫେରାଇ ଆଣିବାକୁ ସମସ୍ତଙ୍କୁ ନିବେଦନ କରାଯାଇଛି। ପୋଲିସ କର୍ମଚାରୀମାନେ ରାସ୍ତା ମରାମତି କରିଛନ୍ତି। ସବର୍ଣ୍ଣ-ଅସବର୍ଣ୍ଣ ବିବାଦର ସମାଧାନ ପାଇଁ ପୋଲିସ ପ୍ରଶାସନର ଏଭଳି ଉଦ୍ୟମକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri