ହାତୀ ସହ ସେଲ୍‌ଫି ନେବାକୁ ବଢ଼ୁଛି ଉଦ୍ୟମ

ଢେଙ୍କାନାଳ,୧୬ା୯(ରତନ ନାୟାର): ଢେଙ୍କାନାଳ ଜିଲାର ବିଭିନ୍ନ ଜନବସତି ଅଞ୍ଚଳରେ ହାତୀ ଉପଦ୍ରବ ଦିନକୁ ଦିନ ବଢୁଥିବା ବେଳେ ଅନେକ ସମୟରେ ସ୍କୁଲ ଓ କଲେଜ ଛାତ୍ରୀଛାତ୍ର ପଶିଆସୁଥିବା ହାତୀ ସହ ସେଲ୍‌ଫି ଉଠାଇବାକୁ ଉଦ୍ୟମ କରିବା ଘଟଣାକୁ ନେଇ ଜିଲା ପ୍ରଶାସନ ଓ ବନବିଭାଗ ଚିନ୍ତାବ୍ୟକ୍ତ କରିଛି। ଏ ନେଇ ଶୁକ୍ରବାର ଜିଲା କାର୍ଯ୍ୟାଳୟରେ ଏକ ବୈଠକ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଖୁବ୍‌ଶୀଘ୍ର ଜିଲା ବନଖଣ୍ଡ ଅଧିକାରୀ, ପୋଲିସ ଏବଂ ବନବିଭାଗର ଅଧିକାରୀ ଓ କର୍ମଚାରୀଙ୍କ ଉପସ୍ଥିତିରେ ଏହାକୁ ରୋକିବା ପାଇଁ ଏକ ଜରୁରୀ ବୈଠକ ଅନୁଷ୍ଠିତ ହେବ ବୋଲି ଜିଲାପାଳ କହିଥିଲେ। ପ୍ରକାଶ ଯେ, ହାତୀପଲ ପ୍ରବେଶ କରୁଥିବା ଅଞ୍ଚଳରେ ଥିବା ଯୁବପିଢୀ, ସ୍କୁଲ କଲେଜ ଛାତ୍ରୀଛାତ୍ରଙ୍କ ମଧ୍ୟରୁ କେତେଜଣ ହାତୀପଲଙ୍କ ପଛରେ ଯାଇ ଚିଡେଇବା ଭଳି କାର୍ଯ୍ୟ କରିବା ସହିତ ସେଲଫି ନେବା ଘଟଣା ଦିନକୁ ଦିନ ବଢୁଛି। ସ୍ଥାନୀୟ ବନବିଭାଗ ଅଧିକାରୀ ଓ କର୍ମଚାରୀମାନେ ଯେତେ ବୁଝାଇଲେ ମଧ୍ୟ ଏହାକୁ କେହି ଗୁରୁତ୍ୱ ପ୍ରଦାନ କରୁନାହାନ୍ତି। ପାଲଟା ବନବିଭାଗ କର୍ମଚାରୀ ଓ ଅଧିକାରୀଙ୍କୁ ଗାଳିଗୁଲଜ କରୁଥିବା ଦେଖାଯାଇଛି। ଅତୀତରେ ସେଲଫି ଉଠାଇବାକୁ ଯାଇ ହାତୀ ଆକ୍ରମଣରେ କେତେଜଣ ଗୁରୁତ ହୋଇଥିବା ନଜିର ରହିଛି। ଫଳରେ ଏପରି ଘଟଣାକୁ ନେଇ ବୈଠକରେ ପ୍ରଶାସନ ଓ ବନ ବିଭାଗ ପକ୍ଷରୁ ଚିନ୍ତାବ୍ୟକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

ଗରିବ କିଏ

ସଂସାରରେ ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ବହୁତ ଧନ ସମ୍ପତ୍ତିର ଅଧିକାରୀ ତ ହୋଇଥାନ୍ତି; କିନ୍ତୁ ସେମାନଙ୍କର ଆଚରଣ ଭିକାରିର ଆଚରଣ ସହିତ ପ୍ରାୟ ସମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri