ଲୁକ୍କାୟିତ କ୍ରୀଡ଼ା ପ୍ରତିଭା ଖୋଜି ବାହାର କରିବାକୁ ପ୍ରୟାସ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): କ୍ରୀଡ଼ାର ବିକାଶ ପାଇଁ ରାଜ୍ୟ ସରକାର ଅନେକ ସହର ଓ ଜିଲା ସଦର ମହକୁମାରେ ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କରିଛନ୍ତି। ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମରେ ଦୁଇଟି ପର୍ଯ୍ୟାୟରେ ଚାଲିଥିବା ଗ୍ରୀଷ୍ମକାଳୀନ ବ୍ୟାଡ୍‌ମିଣ୍ଟନ ତାଲିମ ଶିବିର ଶନିବାର ଉଦ୍‌ଯାପିତ ହୋଇଯାଇଛି। ଗତ ଏପ୍ରିଲ ୨୫ରୁ ମେ ୧୧ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଶିବିର ହୋଇଥିଲା। ମେ ୧୫ ତାରିଖରୁ ଆଜି ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଶିବିର ଚାଲିଥିଲା।
ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟର ୨୮ ଜିଲାରେ ଏହି କାର୍ଯ୍ୟକ୍ରମ ହୋଇଥିଲା। କୋଚ ବିଶ୍ବ ମୋହନ ଆଚାରୀଙ୍କ ନେତୃତ୍ୱରେ ଭଞ୍ଜନଗରରେ ଶିବିର ହୋଇଥିଲା। ଏଥିରେ ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ କ୍ୟାପ୍‌ଟେନ ମହେନ୍ଦ୍ର ସ୍ବାଇଁ, ସମ୍ମାନିତ ଅତିଥି ଭାବେ ରୋଟାରିୟନ ଶ୍ରୀନିବାସ ସୁବୁଦ୍ଧି, ବିପଦର ବନ୍ଧୁ ଉପଦେଷ୍ଟା କେ. ଶଙ୍କର ନାରାୟଣ ପାତ୍ର ଯୋଗଦେଇଥିଲେ। ସରକାରଙ୍କ ଦ୍ୱାରା ଏହିଭଳି କ୍ରୀଡ଼ା ଶିବିର ଆୟୋଜନ ଦ୍ୱାରା ଲୁକ୍କାୟିତ ଅବସ୍ଥାରେ ଥିବା ଅନେକ କ୍ରୀଡ଼ା ପ୍ରତିଭାକୁ ଖୋଜି ବାହାର କରାଯାଇପାରିଛି। ପରବର୍ତ୍ତୀ ପର୍ଯ୍ୟାୟରେ ସେମାନେ ଆଗକୁ ବଢ଼ିପାରୁଛନ୍ତି ବୋଲି ମୁଖ୍ୟଅତିଥି ସ୍ବାଇଁ କହିଥିଲେ। ଏହି ଅବସରରେ ଶିବିରରେ ଅଂଶଗ୍ରହଣ କରିଥିବା ଖେଳାଳିମାନଙ୍କୁୁ ପୁରସ୍କୃତ କରାଯାଇଥିଲା। ଅରକ୍ଷିତ ପରିଚ୍ଛା ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri