ଚଞ୍ଚକତା କରି ନାଏବ ସରପଞ୍ଚ ଜିତାଇବାକୁ ଉଦ୍ୟମ

ବାଲେଶ୍ୱର ଅଫିସ,୧୨ ।୩

ବାଲେଶ୍ୱର ଜିଲା ରେମୁଣା ବ୍ଲକ ଚଷାଖଣ୍ଡ ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ପାଇଁ ନିର୍ବାଚନ ହୋଇଥିଲା। ରେମୁଣା ବ୍ଲକର ୱେଲଫେୟାର ଅଫିସର ନିରଞ୍ଜନ ବେହେରା ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱରେ ଥିଲେ। ତେବେ ଚଞ୍ଚକତା କରି ନାଏବ ସରପଞ୍ଚଙ୍କୁ ଜିତାଇବା ପାଇଁ ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳ ଚେଷ୍ଟା କରୁଥିବା ବେଳେ ପ୍ରତିବାଦ ଓ ଧାରଣା ପରେ ନିର୍ବାଚନ ଅଧିକାରୀ ବାଧ୍ୟ ହୋଇ ବିଜେତାଙ୍କ ନାମ ଘୋଷଣା କରିଥିଲେ।
ୱାଡର୍ର୍ ବିଶିଷ୍ଟ ଚଷାଖଣ୍ଡ ପଞ୍ଚାୟତର ନିର୍ବାଚିତ ୱାର୍ଡସଭ୍ୟଙ୍କ ମଧ୍ୟରୁ ୧୪ଜଣ ଉପସ୍ଥିତ ରହିଥିଲେ। ସେଥିମଧ୍ୟରୁ ୱାର୍ଡସଭ୍ୟ ସସ୍ମିତା ନାୟକଙ୍କୁ ୮ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ଦେବସ୍ମିତା ଗୋଚ୍ଛାୟତଙ୍କୁ ୬ଖଣ୍ଡ ସହ ସରପଞ୍ଚ ଭୋଟ୍‌ ଦେଇଥିଲେ। ଜଣେ ୱାର୍ଡ଼ମେମ୍ବର ଅନୁପସ୍ଥିତ ଥିଲେ। ସସ୍ମିତାଙ୍କ ଦୁଇଟି ଭୋଟ୍‌କୁ ନାକଚ କରିବା ପାଇଁ ବିରୋଧୀ ନିର୍ବାଚନ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଉପରେ ଚାପ ପକାଇଥିଲେ। ଏଥିପାଇଁ ଉଭୟ ପକ୍ଷଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଦୀର୍ଘ ୪ଘଣ୍ଟା ଧରି ନିର୍ବାଚନ ଅଧିକାରୀଙ୍କୁ ଲୋକେ ଅଟକ ରଖିଥିଲେ। ଖବରପାଇ ରେମୁଣା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଚେଷ୍ଟା କରିଥିଲେ। ପରେ ଉଭୟ ପକ୍ଷଙ୍କ ସହମତିରେ ସାନି ଭୋଟ୍‌ ଗଣତି ହୋଇଥିଲା। ସେଥିରେ ସସ୍ମିତା ବିଜୟ ଲାଭ କରିଥିବା ନିର୍ବାଚନ ଅଧିକାରୀ ବେହେରା ଘୋଷଣା କରିଥିଲେ। ପରେ ଲୋକେ ଅଟକ ନିର୍ବାଚନ ଅଧିକାରୀଙ୍କୁ ଛାଡ଼ିବା ସହ ଧାରଣାରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri