‘ଗଞ୍ଜାମକୁ ଦେଶର ୧ ନମ୍ବର ଜିଲା କରିବାକୁ ଉଦ୍ୟମ ହେବ’

କବିସୂର୍ଯ୍ୟନଗର,୨୬ା୩(ଡି.ଏନ୍‌.ଏ.): ଗଞ୍ଜାମକୁ ଦେଶର ୧ ନମ୍ବର ଜିଲା କରିବାକୁ ଉଦ୍ୟମ ହେବ। ଗଞ୍ଜାମ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କବିସୂର୍ଯ୍ୟନଗର ସମାବେଶରେ ଏପରି ଆହ୍ବାନ ଦେଇଛନ୍ତି। ରବିବାର ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ ଥିବା ବେଳେ ପ୍ରଥମେ କବିସୂର୍ଯ୍ୟନଗର ଠାରେ ପହଞ୍ଚିଥିଲେ। ବଡ଼ ଆଗୁଳ ପଡ଼ିଆରେ ବିଶାଳ ଜନ ସମାବେଶକୁ ଉଦ୍‌ବୋଧନ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଜୟ ମା’ ତାରାତାରିଣୀ କହି ମୁଖ୍ୟମନ୍ତ୍ରୀ ଭାଷଣ ଆରମ୍ଭ କରିଥିଲେ। ଗଞ୍ଜାମ ଜିଲାକୁ ଦେଶର ୧ ନମ୍ବର ଜିଲାରେ ପରିଣତ କରିବାକୁ ଆହାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସ୍ବୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ୨୮୦କୋଟିର ଋଣ ପ୍ରଦାନ କରିଛନ୍ତି । ସେହିପରି ଗ୍ରାମକଣ୍ଠ ଘରଡିହ ପଟ୍ଟା ମଧ୍ୟ ବାଣ୍ଟିଛନ୍ତି । କବିସୂର୍ଯ୍ୟନଗର ଠାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ସଚିବ ଭି.କେ ପାଣ୍ଡିଆନ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ସୋରଡ଼ା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଉପସ୍ଥିତ ଥିଲେ। ୧୧ ପଞ୍ଚାୟତରୁ ବହୁ ଜନପ୍ରତିନିଧିଙ୍କ ଉପସ୍ଥିତି ମଧ୍ୟ ଦେଖିବାକୁ ମିଳିଥିଲା। କବିସୂର୍ଯ୍ୟନଗର ଗସ୍ତ ପରେ ହିଞ୍ଜିଳି ଏବଂ ଶେଷ କାର୍ଯ୍ୟକ୍ରମ ଛତ୍ରପୁରରେ ରହିଥିଲା। ଜିଲାରେ ୧ ହଜାର ୯୫୨ କୋଟି ୮୯ ଲକ୍ଷ ଟଙ୍କାର ୮୨୫ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ୨୨ ହଜାର ୨ ଶହ ସ୍ବୟଂ ସହାୟକ ଗୋଷ୍ଠୀର ୨ କୋଟି ୨୪ ଲକ୍ଷ ମିଶନ ଶକ୍ତି ମହିଳାଙ୍କୁ ୬୧୯ କୋଟି ଟଙ୍କାର ବିନା ସୁଧରେ ଋଣ ଓ ସହାୟତା ପ୍ରଦାନ କରାଯାଇଛି। ଏହା ସହ ୨୦ ହଜାର ହିତାଧିକାରୀଙ୍କୁ ଗ୍ରାମକଣ୍ଠ ଘରଡିହ ପଟ୍ଟା ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri