ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ ପୁଣି ଚମକିଛନ୍ତି। ସେହେଲେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଜଡାମୁଣ୍ଡାର ଇଫ୍ରାତ୍‌ ଜୋଏଲ୍‌(୯)। ଏହି ପ୍ରତିଯୋଗିତାରେ ଭାରତ ସମେତ ଅଷ୍ଟ୍ରେଲିଆ, ଆମେରିକା, ୟୁକ୍ରେନ୍‌, ମାଲେସିଆ, ଶ୍ରୀଲଙ୍କା ଏବଂ ଆଲ୍‌ଜେରିଆ ଭଳି ବିଭିନ୍ନ ଦେଶରୁ ଭାଗ ନେଇଥିବା ୧୨ ଜଣ ପ୍ରତିଯୋଗୀଙ୍କ ସହ ଇଫ୍ରାତ୍‌ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଏଥିରେ ସେ ଚମତ୍କାର ପ୍ରଦର୍ଶନ କରି ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌ ହାସଲ କରି ଭାରତ ପାଇଁ ଗୌରବ ଆଣିଛନ୍ତି। ଏହି ଅବସରରେ ତାଙ୍କୁ ଟ୍ରଫି ପ୍ରଦାନ କରାଯାଇଛି। ଇଫ୍ରାତଙ୍କ ଏହି ସଫଳତା ପାଇଁ ଜିଲାବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ତାଙ୍କୁ ଏବଂ ତାଙ୍କ ଅଭିଭାବକଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାର ଲାଗିଛି।
ସୂଚନାଯୋଗ୍ୟ, ଲୋଇସିଂହା ଥାନା ଅଧୀନ ଜଡାମୁଣ୍ଡା ଅଞ୍ଚଳର ବି. ନିବେଦିତା ଓ ଜୀବନଜ୍ୟୋତି ବାଗ୍‌ଙ୍କ ଏକମାତ୍ର ଝିଅ ହେଉଛନ୍ତି ଇଫ୍ରାତ। ସେ ଲୋଇସିଂହା ଝାରମୁଣ୍ଡାସ୍ଥିତ ବେଥାନୀ କନ୍‌ଭେନ୍‌ ସ୍କୁଲର ଚତୁର୍ଥ ଶ୍ରେଣୀର ଛାତ୍ରୀ। ଇଫ୍ରାତ ମଡେଲିଂରେ ରୁଚି ରଖି କ୍ୟାରିୟର କରିବାକୁ ଭବିଷ୍ୟତରେ ଲକ୍ଷ୍ୟ ରଖିଛନ୍ତି। ୨୦୨୪ ଡିସେମ୍ବର ୧୫ରେ ମହାରାଷ୍ଟ୍ରର ପୁଣେସ୍ଥିତ ଏଲପ୍ରୋ ସିଟି ସ୍କୋୟାରରେ ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂରେ ଭାଗ ନେଇ ସେ ଟାଇଟଲ୍‌ ହାସଲ କରିଥିଲେ। ୨୦୨୫ ମାର୍ଚ୍ଚରେ ନେପାଳରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ସେ ଭାରତରୁ ପ୍ରତିନିଧିତ୍ୱ କରିବାର ସୌଭାଗ୍ୟ ହାସଲ କରିଥିଲେ। ସେ କମ୍‌ ବୟସରୁ ମଡେଲିଂ କ୍ଷେତ୍ରରେ ଗୋଟିଏ ପରେ ଗୋଟିଏ ସଫଳତା ହାସଲ କରୁଛନ୍ତି। ୨୦୨୬ ଜାନୁଆରୀ ୧ରେ ଇଫ୍ରାତ ମୁମ୍ବାଇରୁ ଆସି ଲୋଇସିଂହାରେ ପହଞ୍ଚିବେ ବୋଲି ତାଙ୍କ ଅଭିଭାବକଙ୍କ ସୂତ୍ରରୁ ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମରଶରୀର ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡ଼ିଲା ଗାଁ ଦାଣ୍ଡ

ଗୁଡାରି, ୧୭।୭(ପ୍ରମୋଦ କୁମାର ପତି ): ଦାଦନ ଖଟିବାକୁ କେରଳ ଯାଇଥିବା ଗୁଡାରି ବ୍ଲକର ଜଣେ ଓଡ଼ିଆ ଯୁବକଙ୍କର ସେଠାରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି…

ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ…

ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା): ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri