ଆମେରିକାରେ ଇଜି.୫ ଭାରିଆଣ୍ଟ ଆତଙ୍କ, ନ୍ୟୁୟର୍କରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି…

ନ୍ୟୁୟର୍କ,୧୩।୮ : କରୋନା ମହାମାରୀର ନୂଆ ଭାରିଆଣ୍ଟ ଇଜି.୫ ନେଇ ଆମେରିକାରେ ଆତଙ୍କ ସୃଷ୍ଟି ହୋଇଛି। ଏହା ଯୋଗୁ ନ୍ୟୁୟର୍କ ସିଟିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।
ଗ୍ରୀଷ୍ମ ପ୍ରବାହ ଜାରି ରହିବା ସହିତ ଦେଶରେ କରୋନାର ନୂଆ ଭାରିଆଣ୍ଟ ଯୋଗୁ ସକ୍ରିୟ ମାମଲା ଉପର ମୁହାଁ ହୋଇଛି।

ବିଶେଷଜ୍ଞମାନେ କହିଛନ୍ତି ପୂର୍ବରୁ ଟିକାକରଣ କିମ୍ବା ସଂକ୍ରମିତ ହୋଇଥିବା ଲୋକେ ଏଥିରେ ଆକ୍ରାନ୍ତ ହେବା ଆଶଙ୍କ କମ ରହିଛି। କିନ୍ତୁ ସେମାନେ ଅଧିକ ସତର୍କ ରହିବା ଏବଂ ଅସୁରକ୍ଷିତ ଲୋକଙ୍କ ସହ ସମ୍ପର୍କରୁ ଦୂରେଇ ରହିବା ଉଚିତ।

ଖରାଦିନେ ଅନେକ ପରିବାର ବାହାରେ ଅବସରା ବିନୋଦନ କରିଥିଲେ। କିନ୍ତୁ ସେମାନଙ୍କ ମଧ୍ୟରୁ କେତେକଙ୍କ ଠାରେ ସଂକ୍ରମଣ ଥିବାର ଆଶଙ୍କା ରହିଛି।

ସହରର ସ୍ବାସ୍ଥ୍ୟ ବିଭାଗର ସୂଚନାନୁସାରେ, ସୋମବାର ସୁଦ୍ଧା ଗତ ସାତ ଦିନ ମଧ୍ୟରେ ୫୯୪ ଜଣ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅଧିକାଂଶ ମାମଲା ବ୍ରୋନକ୍ସ ଏବଂ କୁଇନ୍ସରେ ରିପୋର୍ଟ କରାଯାଇଛି।

ସର୍ବାଧିକ ସଂକ୍ରମଣ ହାର ଥିବା ପଡୋଶୀ ଅଞ୍ଚଳ ମଧ୍ୟରେ ଫ୍ଲାଶିଂ ଏବଂ କ୍ଲିୟରଭ୍ୟୁ ରହିଛି। ଏହା ଓମିକ୍ରନ ପରି ଲକ୍ଷଣ ଦେଖାଉଛି, କିନ୍ତୁ ଏକ୍ଷେତ୍ରରେ ଲୋକଙ୍କଠାରେ ରୋଗ ପ୍ରତିରୋଧକ ଶକ୍ତି ଟିକିଏ ଅଧିକ ରହିଛି।

ଡାକ୍ତର ଏରିକ ସେଓଏ ପେନା କହିଛନ୍ତି ନ୍ୟୁୟର୍କରେ ପୂର୍ବରୁ ଟିକାକରଣ ଏବଂ ସଂକ୍ରମଣ ହାର ଅଧିକ ଥିବାରୁ ନୂଆ ମାମଲାରେ ଡାକ୍ତରଖାନାରେ ଭର୍ତ୍ତି ହେବା ଏବଂ ମୃତ୍ୟୁ କମ ରହିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଘୋଷଣା କଲା ଆଉ ଏକ ଦଳ, ଥରିଲା ବିଶ୍ୱ!

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ୟେମେନର ଇରାନ-ସମର୍ଥିତ ହୁଥି ଗୋଷ୍ଠୀ; ଯାହା ଏପର୍ଯ୍ୟନ୍ତ ପ୍ରାୟତଃ ନୀରବ ରହିଥିଲା ସକ୍ରିୟ ଭାବରେ ସଂଘର୍ଷରେ ପ୍ରବେଶ କରିବାକୁ ପ୍ରସ୍ତୁତ…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ

ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଆମେରିକା-ଇରାନ ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସମୟସୀମା ସ୍ଥିର କଲେ ଟ୍ରମ୍ପ! ଏହି ଦିନ…

ଓ୍ବାଶିଂଟନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକା ପ୍ରଥମ ଥର ପାଇଁ ସ୍ପଷ୍ଟ ଭାବରେ ସୂଚିତ କରିଛି ଯେ ଇରାନ ବିରୁଦ୍ଧରେ ଏହାର ସାମରିକ ଅଭିଯାନ ଦୀର୍ଘ…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri