ଆଉ ହାତରୁ ଦେବାକୁ ପଡ଼ିବ ନାହିଁ ଟଙ୍କା: ବଢିଲା ଅଙ୍ଗନଓ୍ବାଡ଼ି ଅଣ୍ଡା ଦାମ, ଜାଣନ୍ତୁ କେତେରୁ କେତେ…

ଭୁବନେଶ୍ୱର,୨।୩: ବଢିଲା ଅଙ୍ଗନଓ୍ବାଡ଼ି ଅଣ୍ଡା ଦାମ । ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି । ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ୨ ଟଙ୍କା ବଢାଇଛନ୍ତି । ଏଥିପାଇଁ ସରକାର ବର୍ଷକୁ ଅତିରିକ୍ତ ୧୭୫ କୋଟି ୧୪ ଲକ୍ଷ ଟଙ୍କା ଖର୍ଚ୍ଚ କରିବେ । ଏହି ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ବଜାରରେ ଅଣ୍ଡା ଦର ବୃଦ୍ଧି ପାଇଁ ଅଙ୍ଗନଓ୍ବାାଡ଼ି କର୍ମୀ ପିଲାଙ୍କୁ ପୁଷ୍ଟିସାର ଖାଦ୍ୟ ଅଣ୍ଡା ଦେବାରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ । ବଜାରରେ ଅଣ୍ଡା ଗୋଟେର ଦାମ୍‌ ୮ ଟଙ୍କା ଥିବାବେଳେ ସରକାର ଦେଉଥିଲେ ୫ଟଙ୍କା । ଏହି କାରଣରୁ ଅଙ୍ଗନଓ୍ବାଡ଼ି ପିଲାଙ୍କୁ ମାସକୁ ୨୦ ବଦଳରେ ମାତ୍ର ୧୫ଟି ଅଣ୍ଡା ମିଳୁଥିଲା। ଗର୍ଭବତୀ ଓ ପ୍ରସୂତୀଙ୍କୁ ମାସିକ ୧୨ଟି ଅଣ୍ଡା ଦେବା କଥା, ମାତ୍ର ଅଙ୍ଗନଓ୍ବାଡ଼ି ଦିଦି କେଉଁଠି ୮ଟା ଆଉ କେଉଁଠି ୯ଟି ଦେଉଥିବା ଅଭିଯୋଗ ହୋଇଥିଲା ।

୨୦୧୮ ପରଠୁ ଆଉ ପିଲାଙ୍କ ପାଇଁ ଡାଏଟ ଚାର୍ଟରେ ସରକାର ସଂଶୋଧନ ହୋଇ ନ ଥିଲା। ସରକାର ଦେଉଥିବା ଅର୍ଥରେ ଆବଶ୍ୟକ ଅଣ୍ଡା ଦେବା ସମ୍ଭବ ହେଉନି ବୋଲି କର୍ମୀ ଅଭିଯୋଗ କରିଥିଲେ। କେବେକେବେ ନିଜ ହାତରୁ ବି ଟଙ୍କା ଦେବାକୁ ପଡ଼ୁଥିଲା । ତେଣୁ ଅଣ୍ଡାର ମୂଲ୍ୟ ବୃଦ୍ଧି ଲାଗି ଦୀର୍ଘ ଦିନ ହେଲା ଦାବି ହୋଇଆସୁଥିଲା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଏହି ସମସ୍ୟାକୁ ସ୍ବୀକାର କରିଥିଲେ । ଶେଷରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ମୂଲ୍ୟ ବୃଦ୍ଧି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri