Posted inଫୁରସତ

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦ ପାଉଣ୍ଡ (ପ୍ରାୟ ୨୧ ହଜାର ଟଙ୍କା)ରେ ବିକ୍ରି ହୋଇଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ସମ୍ପୂର୍ଣ୍ଣ ଗୋଲାକାର ଆକୃତିର ହୋଇଥିବାରୁ ଏହି ଅଣ୍ଡାକୁ ‘ୱାନ୍‌ ଇନ୍‌ ଏ ବିଲିୟନ ଏଗ୍‌’ ବୋଲି ମଧ୍ୟ କୁହାଯାଏ।
ଏହି ଗୋଲାକାର ଅଣ୍ଡାକୁ ପ୍ରଥମେ ସ୍କଟ୍‌ଲାଣ୍ଡର ଏକ ସ୍ଥାନୀୟ ବଜାରରୁ ଜଣେ ମହିଳା କିଣିଥିଲେ। ୧୫ଟି ଅଣ୍ଡା ଥିବା ଗୋଟିଏ ବାକ୍ସ ମଧ୍ୟରେ ଏହି ନିଆରା ଅଣ୍ଡା ମିଳିଥିଲା। ପରେ ମହିଳା ଜଣକ ଉକ୍ତ ଅଣ୍ଡାକୁ ୟର୍କଶାୟରସ୍ଥିତ ଲେମ୍ବୋର୍ନ ଅଞ୍ଚଳରେ ରହୁଥିବା ଏଡ୍‌ ପାୱେଲଙ୍କୁ ବିକ୍ରି କରିଥିଲେ। ଆକର୍ଷଣୀୟ ଆକୃତିର ଏହି ଅଣ୍ଡାକୁ ଦେଖି ଏଡ୍‌ ବିମୋହିତ ହୋଇଯାଇଥିଲେ ଓ ଏହାକୁ ୧୫୦ ପାଉଣ୍ଡ ମୂଲ୍ୟରେ କିଣିଥିଲେ। ତେବେ ପରେ ସେ ଏହି ଅଣ୍ଡାକୁ ଲୁଭେଣ୍ଟସ୍‌ ଫାଉଣ୍ଡେଶନକୁ ଦାନ କରିଥିଲେ। ଲୁଭେଣ୍ଟସ୍‌ ଫାଉଣ୍ଡେଶନ ଏକ ପରୋପକାରୀ ସଙ୍ଗଠନ ହୋଇଥିବାବେଳେ ଏହା ୟର୍କଶାୟରର ଯୁବକମାନଙ୍କୁ ଲାଇଫ୍‌ଷ୍ଟାଇଲ କୋଚିଂ, ପରାମର୍ଶ ଏବଂ ମାନସିକ ସ୍ବାସ୍ଥ୍ୟ ସହାୟତା ଯୋଗାଇଥାଏ। ଉକ୍ତ ଫାଉଣ୍ଡେଶନର ସଦସ୍ୟମାନେ ମଧ୍ୟ ଏହି ଅଦ୍ଭୁତ ଅଣ୍ଡା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେମାନେ ବିଭିନ୍ନ ଦାନ କାର୍ଯ୍ୟ ପାଇଁ ଏହି ଅଣ୍ଡାକୁ ପୁଣି ଥରେ ନିଲାମ କରିବାକୁ ସ୍ଥିର କରିଥିଲେ। ବୁଧବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ଅଣ୍ଡା ୨୦୦ ପାଉଣ୍ଡ ମୂଲ୍ୟରେ ବିକ୍ରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ...

ମଝି ଆକାଶରେ ଯାତ୍ରୀଙ୍କୁ ଆସିଲା ହାର୍ଟଆଟାକ୍‌, ଆଉ ତା’ପରେ…

ନୂଆଦିଲ୍ଲୀ,୨୨।୧: ନାଗପୁର ବିମାନବନ୍ଦରରେ ଉଡ଼ାଣ ସମୟରେ ଜଣେ ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଯିବାରୁ ଉତ୍ତେଜନା ସୃଷ୍ଟି ହୋଇଛି। ଗାଜିଆବାଦରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ...

ବଡ଼ ରେକର୍ଡ କଲେ ରିଙ୍କୁ ସିଂ: ଧୋନୀଙ୍କ ସହ ସମକକ୍ଷ

ନାଗପୁର,୨୨।୧: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଧମାକାଦାର ଭାବରେ ଆରମ୍ଭ କରି ପ୍ରଥମ ମ୍ୟାଚକୁ ୪୮ ରନରେ ଜିତିଛି।...

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ...

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧:  ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri