Posted inଫୁରସତ

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦ ପାଉଣ୍ଡ (ପ୍ରାୟ ୨୧ ହଜାର ଟଙ୍କା)ରେ ବିକ୍ରି ହୋଇଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ସମ୍ପୂର୍ଣ୍ଣ ଗୋଲାକାର ଆକୃତିର ହୋଇଥିବାରୁ ଏହି ଅଣ୍ଡାକୁ ‘ୱାନ୍‌ ଇନ୍‌ ଏ ବିଲିୟନ ଏଗ୍‌’ ବୋଲି ମଧ୍ୟ କୁହାଯାଏ।
ଏହି ଗୋଲାକାର ଅଣ୍ଡାକୁ ପ୍ରଥମେ ସ୍କଟ୍‌ଲାଣ୍ଡର ଏକ ସ୍ଥାନୀୟ ବଜାରରୁ ଜଣେ ମହିଳା କିଣିଥିଲେ। ୧୫ଟି ଅଣ୍ଡା ଥିବା ଗୋଟିଏ ବାକ୍ସ ମଧ୍ୟରେ ଏହି ନିଆରା ଅଣ୍ଡା ମିଳିଥିଲା। ପରେ ମହିଳା ଜଣକ ଉକ୍ତ ଅଣ୍ଡାକୁ ୟର୍କଶାୟରସ୍ଥିତ ଲେମ୍ବୋର୍ନ ଅଞ୍ଚଳରେ ରହୁଥିବା ଏଡ୍‌ ପାୱେଲଙ୍କୁ ବିକ୍ରି କରିଥିଲେ। ଆକର୍ଷଣୀୟ ଆକୃତିର ଏହି ଅଣ୍ଡାକୁ ଦେଖି ଏଡ୍‌ ବିମୋହିତ ହୋଇଯାଇଥିଲେ ଓ ଏହାକୁ ୧୫୦ ପାଉଣ୍ଡ ମୂଲ୍ୟରେ କିଣିଥିଲେ। ତେବେ ପରେ ସେ ଏହି ଅଣ୍ଡାକୁ ଲୁଭେଣ୍ଟସ୍‌ ଫାଉଣ୍ଡେଶନକୁ ଦାନ କରିଥିଲେ। ଲୁଭେଣ୍ଟସ୍‌ ଫାଉଣ୍ଡେଶନ ଏକ ପରୋପକାରୀ ସଙ୍ଗଠନ ହୋଇଥିବାବେଳେ ଏହା ୟର୍କଶାୟରର ଯୁବକମାନଙ୍କୁ ଲାଇଫ୍‌ଷ୍ଟାଇଲ କୋଚିଂ, ପରାମର୍ଶ ଏବଂ ମାନସିକ ସ୍ବାସ୍ଥ୍ୟ ସହାୟତା ଯୋଗାଇଥାଏ। ଉକ୍ତ ଫାଉଣ୍ଡେଶନର ସଦସ୍ୟମାନେ ମଧ୍ୟ ଏହି ଅଦ୍ଭୁତ ଅଣ୍ଡା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେମାନେ ବିଭିନ୍ନ ଦାନ କାର୍ଯ୍ୟ ପାଇଁ ଏହି ଅଣ୍ଡାକୁ ପୁଣି ଥରେ ନିଲାମ କରିବାକୁ ସ୍ଥିର କରିଥିଲେ। ବୁଧବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ଅଣ୍ଡା ୨୦୦ ପାଉଣ୍ଡ ମୂଲ୍ୟରେ ବିକ୍ରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି)…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri