ଲୋଇସିଂହା ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମାଡ଼

ବଲାଙ୍ଗୀର ଅଫିସ, ୧୪।୧୨: ବଲାଙ୍ଗୀର ଜିଲା ପୁଇଁତଲା ମଣ୍ଡି(ପାକ୍ସ) ପରିଦର୍ଶନରେ ଯିବାବେଳେ ମଙ୍ଗଳବାର ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ ହୋଇଛି। କେତେଜଣ ବିଜେଡି କର୍ମୀ ବିଧାୟକଙ୍କ ଗାଡ଼ିକୁ ଅଣ୍ଡା ମାଡ଼ କରିବା ସହ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା ନେଇ ପୁଇଁତଲା ଥାନାରେ ଅଭିଯୋଗ ହୋଇଛି। ବିଜେଡି କର୍ମୀଙ୍କ ମାଡରେ ୨ଜଣ ଭାଜପା କର୍ମୀ ଆହତ ହୋଇଛନ୍ତି। ଏନେଇ ଥାନାରେ ଅଭିଯୋଗ ପରେ ୪ ଜଣ ବିଜେଡି କର୍ମୀଙ୍କ ନାମରେ ମାମଲା ରୁଜୁ ହୋଇଛି। ଦୁଇ ଅଭିଯୁକ୍ତ ବିଜେଡି କର୍ମୀ ପୁଇଁତଳା ପାକ୍ସ ସଭାପତି ସୁରେଶ ନାଏକ ଓ ବିଷ୍ଣୁ ପଟେଲଙ୍କୁ ପୋଲିସ ଅଟକ ରଖିଛି। ଅନ୍ୟ ଦୁଇଜଣ ଭାଗୀରଥି ସେଠ୍‌ ଓ ଜ୍ଞାନ ଷଡଙ୍ଗୀ ଫେରାର ହୋଇଯାଇଛନ୍ତି। ପୋଲିସ ସେମାନଙ୍କୁ ଖୋଜୁଥିବା ଏସ୍‌ଡିପିଓ ତୋଫାନ ବାଗ ସୂଚନା ଦେଇଛନ୍ତି।
ଏହି ଘଟଣାକୁ ନେଇ ବିଧାୟକ ମହାଲିଙ୍ଗ ଏକ ଖବରଦାତା ସମ୍ମିଳନୀ ଡାକି ବିଜେଡି କର୍ମୀଙ୍କ ଗୁଣ୍ଡାଗର୍ଦ୍ଦି, ଭାଜପା କର୍ମୀଙ୍କୁ ମାଡ ଏବଂ ତାଙ୍କୁ ଦୁର୍ବ୍ୟବହାର ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି। ଏହି ଘଟଣାରୁ ଚାଷୀଙ୍କୁ ଧାନ ଲୁଟ୍‌ ପ୍ରକ୍ରିୟାରେ ବିଜେଡି ସରକାର ସାମିଲ ଥିବା ସ୍ପଷ୍ଟ ହୋଇଛି ବୋଲି ସେ କହିଛନ୍ତି। ମଣ୍ଡିରେ କୁଇଣ୍ଟାଲ ପିଛା ୪ରୁ ୮ କେଜି କଟନି ଛଟନି କରାଯାଉଥିବା, ମଣ୍ଡି ହ୍ୟାଣ୍ଡିଲିଂ ମିଲର୍ସମାନେ କରୁଥିବା, ବସ୍ତା ଓ ସୁତଲି ଟଙ୍କା ଚାଷୀଙ୍କ ଲୁଟ୍‌ କରାଯାଉଥିବା ଅଭିଯୋଗ କରିଛନ୍ତି। ଏହି ସବୁ ଘଟଣାରେ ବିଜେଡି କର୍ମୀ, ନେତା, ମିଲର୍ସ ଏବଂ ସରକାରୀ ବାବୁମାନେ ସାମିଲ ଅଛନ୍ତି ବୋଲି ସେ କହିଛନ୍ତି। ଜଣେ ବିଧାୟକ ମଣ୍ଡି ପରିଦର୍ଶନରେ ଯିବାବେଳେ ବିଜେଡି କର୍ମୀମାନେ ତାଙ୍କୁ ଅଟକାଇବା, ଦୁର୍ବ୍ୟବହାର ପ୍ରଦର୍ଶନ କରିବା, ଅଣ୍ଡା ମାଡ କରିବା ଏବଂ ଭାଜପା କର୍ମୀଙ୍କୁ ପୋଲିସ ସମ୍ମୁଖରେ ମାଡ ମାରିବା ସରକାରୀ ଦଳର ଗୁଣ୍ଡାଗର୍ଦ୍ଦିକୁ ଏବଂ ଧାନକିଣା ଲୁଟ୍‌ ପ୍ରକ୍ରିୟାରେ ସାମିଲକୁ ପଦାରେ ପକାଇଛି ବୋଲି ସେ କହିଛନ୍ତି। ସାମ୍ବାଦିକ ଭବନଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଭାଜପା ନେତା ଅନନ୍ତ ଦାଶ, ସମିତି ସଭ୍ୟ ରାଜକିଶୋର ନାଏକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri