ମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡାମାଡ଼: ୬ ଅଟକ

ବରଗଡ଼ ଅଫିସ,୨୬ା୧୦: ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ ବୁଧବାର ବରଗଡ଼ ଜିଲା ପାଇକମାଳ ଗସ୍ତରେ ଯାଇଥିବାବେଳେ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଏହି ଘଟଣାରେ ୬ଜଣଙ୍କୁ ଅଟକ ରଖିଛି। ତେବେ ଏ ସମ୍ପର୍କରେ ପଦ୍ମପୁର ଏସ୍‌ଡିପିଓ ବିଭୂତି ଭୂଷଣ ଭୋଇଙ୍କୁ ପଚାରିବାରୁ, ମନ୍ତ୍ରୀ ସାହୁଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିବାକୁ ଚେଷ୍ଟା କରୁଥିବାବେଳେ ୬ ଜଣ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ପୋଲିସ କାବୁ କରି ନେଇଛି ଏବଂ ସେମାନଙ୍କ ବିରୋଧରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି ବୋଲି କହିଛନ୍ତି।
ପ୍ରକାଶ ଯେ, ଆଜି ପୂର୍ବାହ୍ନରେ ମନ୍ତ୍ରୀ ରୀତା ସାହୁ ପାଇକମାଳ ବ୍ଲକ ଅନ୍ତର୍ଗତ ଯମୁନା କନ୍ଧୁଣୀ ସ୍କୁଲରେ ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ସେହି କାର୍ଯ୍ୟକ୍ରମ ସାରି ସେ ପାଇକମାଳ ତହସିଲ ଅଫିସ ନିକଟ ସରକାରୀ ହାଇସ୍କୁଲରେ ହେବାକୁ ଥିବା ରୂପାନ୍ତରୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବାକୁ ଆସୁଥିଲେ। ଏହି ସମୟରେ ପାଇକମାଳ ତହସିଲ ଅଫିସ ଛକ ନିକଟରେ ରହିଥିବା କିଛି ଲୋକେ ରାସ୍ତା ଉପରକୁ ଆସି କଳାପତାକା ଦେଖାଇବା ସହିତ ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଥିଲେ। ପୋଲିସ ସେମାନଙ୍କ ମଧ୍ୟରୁ ୬ ଜଣଙ୍କୁ ଧରିଥିବାବେଳେ ଅନ୍ୟମାନେ ସେଠାରୁ ଖସି ଯାଇଥିଲେ। ତେବେ ଏ ସମ୍ପର୍କରେ ଭାଜପା ନେତା ତଥା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ କହିଛନ୍ତି, ପଦ୍ମପୁର ଉପଖଣ୍ଡବାସୀ ଚିର ଅବହେଳିତ ହୋଇ ରହିଛନ୍ତି । ରାଜ୍ୟ ସରକାର ସାମଗ୍ରିକ ବିକାଶର ନାରା ଦେଉଛନ୍ତି କିନ୍ତୁ ଏ ଅଞ୍ଚଳବାସୀ ସର୍ବନିମ୍ନ ମୌଳିକ ସୁବିଧା ସୁଯୋଗରୁ ବଞ୍ଚିତ ଅଛନ୍ତି। ଏହା ସତ୍ତ୍ୱେ ମନ୍ତ୍ରୀ ତ ଦୂରର କଥା, ବିଧାୟକ ବି ଲୋକଙ୍କ ପାଖକୁ ଆସୁ ନ ଥିଲେ। ଅଣ୍ଡାମାଡ଼ ଜନ ପ୍ରତିକ୍ରିୟାର ଏକ ପ୍ରତିଫଳନ ବୋଲି ପୂର୍ବତନ ବିଧାୟକ ପୁରୋହିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri