ମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡାମାଡ଼: ୬ ଅଟକ

ବରଗଡ଼ ଅଫିସ,୨୬ା୧୦: ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ ବୁଧବାର ବରଗଡ଼ ଜିଲା ପାଇକମାଳ ଗସ୍ତରେ ଯାଇଥିବାବେଳେ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଏହି ଘଟଣାରେ ୬ଜଣଙ୍କୁ ଅଟକ ରଖିଛି। ତେବେ ଏ ସମ୍ପର୍କରେ ପଦ୍ମପୁର ଏସ୍‌ଡିପିଓ ବିଭୂତି ଭୂଷଣ ଭୋଇଙ୍କୁ ପଚାରିବାରୁ, ମନ୍ତ୍ରୀ ସାହୁଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିବାକୁ ଚେଷ୍ଟା କରୁଥିବାବେଳେ ୬ ଜଣ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ପୋଲିସ କାବୁ କରି ନେଇଛି ଏବଂ ସେମାନଙ୍କ ବିରୋଧରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି ବୋଲି କହିଛନ୍ତି।
ପ୍ରକାଶ ଯେ, ଆଜି ପୂର୍ବାହ୍ନରେ ମନ୍ତ୍ରୀ ରୀତା ସାହୁ ପାଇକମାଳ ବ୍ଲକ ଅନ୍ତର୍ଗତ ଯମୁନା କନ୍ଧୁଣୀ ସ୍କୁଲରେ ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ସେହି କାର୍ଯ୍ୟକ୍ରମ ସାରି ସେ ପାଇକମାଳ ତହସିଲ ଅଫିସ ନିକଟ ସରକାରୀ ହାଇସ୍କୁଲରେ ହେବାକୁ ଥିବା ରୂପାନ୍ତରୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବାକୁ ଆସୁଥିଲେ। ଏହି ସମୟରେ ପାଇକମାଳ ତହସିଲ ଅଫିସ ଛକ ନିକଟରେ ରହିଥିବା କିଛି ଲୋକେ ରାସ୍ତା ଉପରକୁ ଆସି କଳାପତାକା ଦେଖାଇବା ସହିତ ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଥିଲେ। ପୋଲିସ ସେମାନଙ୍କ ମଧ୍ୟରୁ ୬ ଜଣଙ୍କୁ ଧରିଥିବାବେଳେ ଅନ୍ୟମାନେ ସେଠାରୁ ଖସି ଯାଇଥିଲେ। ତେବେ ଏ ସମ୍ପର୍କରେ ଭାଜପା ନେତା ତଥା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ କହିଛନ୍ତି, ପଦ୍ମପୁର ଉପଖଣ୍ଡବାସୀ ଚିର ଅବହେଳିତ ହୋଇ ରହିଛନ୍ତି । ରାଜ୍ୟ ସରକାର ସାମଗ୍ରିକ ବିକାଶର ନାରା ଦେଉଛନ୍ତି କିନ୍ତୁ ଏ ଅଞ୍ଚଳବାସୀ ସର୍ବନିମ୍ନ ମୌଳିକ ସୁବିଧା ସୁଯୋଗରୁ ବଞ୍ଚିତ ଅଛନ୍ତି। ଏହା ସତ୍ତ୍ୱେ ମନ୍ତ୍ରୀ ତ ଦୂରର କଥା, ବିଧାୟକ ବି ଲୋକଙ୍କ ପାଖକୁ ଆସୁ ନ ଥିଲେ। ଅଣ୍ଡାମାଡ଼ ଜନ ପ୍ରତିକ୍ରିୟାର ଏକ ପ୍ରତିଫଳନ ବୋଲି ପୂର୍ବତନ ବିଧାୟକ ପୁରୋହିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?