ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡା, ଟମାଟୋ ମାଡ଼

ଭୁବନେଶ୍ୱର,୧୭।୪ (ବ୍ୟୁରୋ): ସେଲ୍ଫ ଫାଇନାନ୍ସିଂ କୋର୍ସର ସିଟ୍‌ ସଂଖ୍ୟା ହ୍ରାସ ଓ ଜାଲ ଦିବ୍ୟାଙ୍ଗ ସାର୍ଟିଫିକେଟରେ ନାମଲେଖାକୁ ବିରୋଧ ସହ ବିଭିନ୍ନ ଦାବି ନେଇ ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଶନିବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଭୁବନେଶ୍ୱରସ୍ଥିତ ବାସଭବନକୁ ଘେରାଉ କରାଯାଇଥିଲା। ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଶୋଭାଯାତ୍ରାରେ ଆସି ମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଏକତ୍ରିତ ହୋଇଥିଲେ। ନାନା ନାରାବାଜି ଦେବା ସହ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଧାରଣାରେ ବସିଥିଲେ। ପୋଲିସ ସେମାନଙ୍କୁ ଧାରଣାରୁ ଉଠାଇବାକୁ ଚେଷ୍ଟା କରବାରୁ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ଉପୁଜିଥିଲା। ଆନ୍ଦୋଳନକାରୀ ଉତ୍‌କ୍ଷିପ୍ତ ହୋଇ ମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ଓ ଅଣ୍ଡାମାଡ଼ କରିଥିଲେ। ପରିସ୍ଥିତିକୁ ଆୟତ୍ତ କରିବାକୁ ଯାଇ ପୋଲିସ ଆନ୍ଦୋଳନକାରୀଙ୍କୁ ଗାଡିରେ ଉଠାଇ ନେଇଥିଲା।
ସମ୍ପର୍କରେ ନୱାଜ କହିଛନ୍ତି, ଓଡ଼ିଶାର ଛାତ୍ରୀଛାତ୍ରଙ୍କ ସ୍ବାର୍ଥ ଦୃଷ୍ଟିରୁ ଦୁଇଟି ପ୍ରସଙ୍ଗରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ କରାଯାଇଛି। ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ୨୦୨୨-୨୩ ଶିକ୍ଷାବର୍ଷରୁ ସେଲ୍ଫ ଫାଇନାନ୍ସିଂ କୋର୍ସର ସିଟ୍‌ ସଂଖ୍ୟାକୁ ହ୍ରାସ କରାଯାଇ ସମୁଦାୟ ସିଟ୍‌ର ମାତ୍ର ୨୦ ପ୍ରତିଶତ ରଖାଯାଇଛି। ସେଲ୍ଫ ଫାଇନାନ୍ସିଂ କୋର୍ସ ପାଇଁ ପାରମ୍ପରିକ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି ବୋଲି ଯେଉଁ କାରଣ ଦର୍ଶାଇଛନ୍ତି ତାହା କେବଳ ଏକ ବାହାନା। ଅପରପକ୍ଷରେ ଓଡ଼ିଶାର ବିଭିନ୍ନ ସରକାରୀ ମହାବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜାଲ ଦିବ୍ୟାଙ୍ଗ ସାର୍ଟିଫିକେଟ ଜରିଆରେ ହୋଇଥିବା ଆଡମିଶନର ବିଚାର ବିଭାଗୀୟ ତଦନ୍ତ ହେଉ ବୋଲି ନଓ୍ବାଜ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri